ଛତିଶଗଡ; ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଛି। କୁନ୍ଦେଡ ଓ ଜାଗେରଗୁଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରସନ ବେଳେ ମାଓବାଦୀଙ୍କ ଆମ୍ବ୍ୟୁସରେ ଫସି ଯାଇଥିଲେ ଯବାନ । ସର୍ଚ୍ଚ ଅପରେସନ ବେଳେ ମାଓବାଦୀଙ୍କ ସହ ଗୁଳିବିନିମୟ ହୋଇଥିଲା । ମାଓବାଦୀଙ୍କ ଗୁଳିରେ ୩ ଡିଆରଜି ଯବାନ ସହିଦ ହୋଇଛନ୍ତି । ମୃତ ତିନି ଯବାନ ହେଲେ ଏଏସଆଇ ରାମୁରାମ ନାଗ, କନଷ୍ଟେବଳ କୁଞ୍ଜମ ଯୋଗା ଓ କନଷ୍ଟେବଳ ଭଞ୍ଜମ ଭୀମା । ଦୁଇ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଯବାନଙ୍କୁ ରାୟପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ