ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ

0

ଭୁବନେଶ୍ବର; ଅଧିକ ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ। ଆଜି ତାଙ୍କୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆ ଦିଲ୍ଲୀସ୍ଥିତ ILBS ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ନିଜ ପରିବାର ସଦସ୍ୟଙ୍କ ବ୍ଲଡ ଗ୍ରୁପ ମ୍ୟାଚ ନ କରିବାରୁ ଆଜି ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ; ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ପିଣ୍ଟୁ ନନ୍ଦ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ ଆବଶ୍ୟକ ପଡ଼ିଲା। ଏଥିନିମନ୍ତେ ଓଡ଼ିଶାରେ ବ୍ୟବସ୍ଥା ନ ଥିବା ବେଳେ  ପିଣ୍ଟୁ ନନ୍ଦଙ୍କୁ  ପଡ଼ିବାରୁ ଗତ ୭ ତାରିଖରେ ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନସେସ(ILBS) ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ILBS ହସ୍ପିଟାଲର ନିୟମ ଅନୁଯାୟୀ, କେବଳ ପରିବାର ଲୋକେ ହିଁ ଲିଭର ଡୋନେଟ କରିପାରିବେ। ମାତ୍ର ପିଣ୍ଟୁଙ୍କୁ ଲିଭର ଡୋନେଟ କରିବାକୁ ସହମତି ପ୍ରକାଶ କରିଥିବା ତାଙ୍କ ପରିବାର ସଦସ୍ୟଙ୍କ ବ୍ଲଡ ଗ୍ରୁପ୍‌ ତାଙ୍କ ସହ ମ୍ୟାଚ କଲା ନାହିଁ। ତେଣୁ ବାହାରୁ ଲିଭର ଆଣି ଟ୍ରାନ୍ସପ୍ଲାଣ୍ଟ କରିବା ଉକ୍ତ ହସ୍ପିଟାଲରେ ସମ୍ଭବ ନ ହେବାରୁ ଆଜି ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି।

 

Leave A Reply

Your email address will not be published.