ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

0

ଭୁବନେଶ୍ୱର: ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ ନୂଆ ସିଏସଙ୍କ ନାମ ପ୍ରକାଶ ପାଇଛି ।

ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା ।ଆସନ୍ତା ୨୮ ତାରିଖରେ ଅବସର ନେବେ ସୁରେଶ ମହାପାତ୍ର। ପ୍ରଦୀପ ଜେନା ଏବେ ସ୍ୱତନ୍ତ୍ର ରିଲିଫ୍ କମିଶନର ରହିଛନ୍ତି । ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ ।

ସେହିପରି ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ଅନୁଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ମିଳିଛି । ଅତିରିକ୍ତ ଭାବେ ସେ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନିର୍ବାହ କରିବେ । ବର୍ତ୍ତମାନ ସେ ସେହି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱରେ ଥିଲେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.