ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ଓଇଆରସି ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ ସୁରେଶ ମହାପାତ୍ର

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ବିଦ୍ୟୁତ ନିୟାମକ ପ୍ରାଧିକରଣ (ଓଇଆରସି)ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ। ଶକ୍ତି ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ ମହାପାତ୍ର ଅବସର ନେଲା ପରେ ନୂତନ ଦାୟିତ୍ବ ଗ୍ରହଣ କରିବେ।

ମୁଖ୍ୟ ଶାସନ ସଚିବଙ୍କ ପଦରୁ ସୁରେଶଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଗ୍ରହଣ କରିବେ ପ୍ରଦୀପ କୁମାର ଜେନା । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ଏସଆରସି ଦାୟିତ୍ୱରେ ଅଛନ୍ତି ପ୍ରଦୀପ ଜେନା । ମାର୍ଚ୍ଚ ୧ ତାରିଖରୁ ନୂଆ ଶାସନ ସଚିବ ଭାବେ ପ୍ରଦୀପ ଦାୟିତ୍ୱ ଗ୍ରହଣ କରିବେ । ୧୯୮୯ ମସିହା ବ୍ୟାଚର ଆଇଏଏସ ଅଫିସର ପ୍ରଦୀପ ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସଠିକ୍ ଢଙ୍ଗରେ ତୁଲାଇବା ସହ ଉଚ୍ଚ ପ୍ରଶଂସିତ ହୋଇଛନ୍ତି ।

ସୂଚନାଯୋଗ୍ୟ, ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ୨୦୨୧ ମସିହା ଜାନୁଆରି ୧ ତାରିଖରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି ଯାଏ ସେ ଏହି ପଦବିରେ କାର୍ଯ୍ୟ କରିବାର ଥିଲା। କିନ୍ତୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳକୁ ୨ ଥର ବୃଦ୍ଧି କରିଥିଲେ।

ପ୍ରଶାସନିକ ମହଲରେ ଜଣେ ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ମହାପାତ୍ର ଦୀର୍ଘ ୩୪ ବର୍ଷର ଚାକିରି ଜୀବନରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦବିରେ ସଫଳତାର ସହ କାର୍ଯ୍ୟ କରି ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।

Leave A Reply

Your email address will not be published.