ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୁଣି ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩

0

ମୁମ୍ବାଇ; ଓଡ଼ିଶାରେ ସଫଳ ଆୟୋଜନ ପରେ ଜାତୀୟ ସ୍ତରରେ ପ୍ରଶଂସା ଓ ପୁରସ୍କାର । କ୍ରୀଡ଼ାର ବିକାଶ ପାଇଁ ଲଗାତର ଚତୁର୍ଥ ଥର ପାଇଁ ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩ । ମୁମ୍ବାଇଠାରେ ସ୍ପୋର୍ଟ୍ସ ଷ୍ଟାର ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଦେଶର ବିଶିଷ୍ଟ ଖେଳାଳିଙ୍କ ଗହଣରେ ଏହି ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଥିଲା । କ୍ରୀଡାର ବିକାଶ ପାଇଁ ରାଜ୍ୟ ସରକାର ଗ୍ରହଣ କରୁଥିବା ବିଭିନ୍ନ ପଦକ୍ଷେପର ଫଳ ସ୍ବରୂପ ଜାତୀୟ ସ୍ତରରେ ସମ୍ମାନିତ ହେଲା ଓଡ଼ିଶା । କ୍ରୀଡାର ବିକାଶ ସାଙ୍ଗକୁ ଭିତ୍ତିଭୂମିର ବିକାଶ, ବିଶ୍ବସ୍ତରୀୟ ତାଲିମ ଓ ପ୍ରତିଭାବାନ୍ କ୍ରୀଡିବିତଙ୍କୁ ପ୍ରୋତ୍ସାହନ ଭଳି ଯୋଜନା ଦେଶର ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇଠାରେ ହିନ୍ଦୁ ଗ୍ରୁପ ଦ୍ବାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦ ହିନ୍ଦୁର ସଂପାଦକ ଶ୍ରୀ ସୁରେଶ ନମ୍ବଥ ଓ ପ୍ରସିଦ୍ଧ କ୍ରିକେଟ ଖେଳାଳୀ ସୁନିଲ ଗାଭାସ୍କରଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହି ପୁରସ୍କାର ପାଇଁ ବିଚାରକମଣ୍ଡଳୀରେ ପୂର୍ବତନ ଭାରତୀୟ କ୍ରିକେଟ କ୍ୟାପଟେନ ସୁନିଲ ଗାଭାସ୍କରଙ୍କ ନେତୃତ୍ବରେ ଅନେକ ବିଶିଷ୍ଟ କ୍ରୀଡାବିତ ଅଭିନବ ବିନ୍ଦ୍ରା, ଅପର୍ଣ୍ଣା ପୋପଟ, ଅଞ୍ଜଳୀ ଭଗବତ, ବାଇଚୁଙ୍ଗ ଭୂତିଆ, ଏମ.ଏମ ସୌମ୍ୟା ଓ ବିଶ୍ବନାଥନ ଆନନ୍ଦ ପ୍ରମୁଖ ସଦସ୍ୟ ରହିଥିଲେ । ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଥିଲେ ।

କ୍ରୀଡାବିତ୍‌ ମାନଙ୍କୁ ସମ୍ମାନିତ କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ସ୍ପୋର୍ଟସ ଷ୍ଟାର କର୍ତ୍ତୃପକ୍ଷଙ୍କୁ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ବିଶ୍ବ କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍‌ ମାନଙ୍କ ଅବଦାନକୁ ମର୍ଯ୍ୟଦା ପ୍ରଦାନ କରିବା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ଏକ ସୁନ୍ଦର ପ୍ଲାଟଫର୍ମ। ଏହା ଆମର ଆଗାମୀ ଦିନର ପ୍ରତିଭାବାନ କ୍ରୀଡାବିତ୍‌ ମାନଙ୍କୁ ମଧ୍ୟ ପ୍ରୋତ୍ସାହିତ କରିବ। କ୍ରୀଡାବିତ ମାନେ ହେଉଛନ୍ତି ଆମର ପ୍ରକୃତ ରାଷ୍ଟ୍ରଦୂତ। ସେମାନଙ୍କୁ ସହଯୋଗ ଯୋଗାଇଦେବା ଏବଂ ସେମାନଙ୍କୁ ସବୁ କ୍ଷେତ୍ରରେ ଉତ୍ସାହିତ କରିବା ଆମର ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଆମେ ବିପୁଳ ସମ୍ବଳ ବିନିଯୋଗ କରୁଛୁ । କାରଣ ଯୁବସମାଜ ପାଇଁ ସମ୍ବଳ ବିନିଯୋଗ କରିବା ଅର୍ଥ ହେଉଛି ଆମ ଭବିଷ୍ୟତ ପାଇଁ ସମ୍ବଳର ବିନିଯୋଗ। ଗତ ୫ ବର୍ଷ ମଧ୍ୟରେ ଆମ କ୍ରୀଡା ବଜେଟ ୧୦ ଗୁଣ ବଢିଛି। ଆସନ୍ତା ଆର୍ଥିକ ବର୍ଷରେ ଏହା ୧୨୦୦ କୋଟିରୁ ଅଧିକ ରହିଛି । ହକି ବିଶ୍ବକପ ସହିତ ଆମେ ଅନେକ ଆନ୍ତର୍ଜାତିକ ଟୁର୍ଣ୍ଣାମେଣ୍ଟକୁ ସଫଳତାର ସହ ଆୟୋଜନ କରିଛୁ । ଖେଳାଳୀ ମାନଙ୍କ ପାଇଁ ଆମେ ବିଶ୍ବସ୍ତରୀୟ ଭିତ୍ତିଭୂମି ସୁବିଧା ନିର୍ମାଣ କରିବା ସହିତ ବିଭିନ୍ନ ଉଚ୍ଚ ପ୍ରଦର୍ଶନ କେନ୍ଦ୍ର ଓ ପ୍ରତିଯୋଗିତା ଜରିଆରେ ଖେଳାଳୀ ମାନଙ୍କ ପ୍ରତିଭାକୁ ବିକଶିତ କରିବା ପାଇଁ ଉଦ୍ୟମ କରୁଛୁ । କ୍ରୀଡା କ୍ଷେତ୍ରରେ ଓଡିଶାର ଜୟଯାତ୍ରାରେ ସାମିଲ ହେବା ପାଇଁ ମୁଁ ଆପଣମାନଙ୍କୁ ନିବେଦନ କରୁଛି ଏବଂ ଆମେ ସମସ୍ତେ ମିଶି ଭାରତୀୟ କ୍ରୀଡା ପାଇଁ ବିଶ୍ବସ୍ତରରେ ଗୌରବ ହାସଲ କରିପାରିବା ବୋଲି ସେ କହିଥିଲେ। ଅଲମ୍ପିକସରେ ଦେଶର ପତାକାକୁ ଉଚ୍ଚ ରଖିବା ହେଉଛି ସବୁ ଭାରତୀୟ ମାନଙ୍କର ସାମୁହିକ ସ୍ବପ୍ନ। ଏଥିପାଇଁ ଆମେ ସମସ୍ତେ ମିଶି ଉଦ୍ୟମ କରି ଏହାକୁ ବାସ୍ତବତାରେ ପରିଣତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.