ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ

0

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ ଆଜି ସନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସେମାନଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି।

ସୂଚନାଅନୁସାରେ; ଆଜି ସଂଧ୍ୟାରେ ସୁପ୍ରିମକୋର୍ଟ ସିସୋଦିଆଙ୍କ ପକ୍ଷରୁ କରାଯାଇଥିବା ଜାମିନ ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ଲାଗି ନିର୍ଦ୍ଦେଶ ଦେବାର କିଛି ଘଣ୍ଟା ପରେ ଏହି ଘଟଣା ଘଟିଛି। ଉପ- ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଦୁର୍ନୀତି ଅଭିଯୋଗରେ ଜେଲରେ ଅଛନ୍ତି। ଏହି ଦୁଇମନ୍ତ୍ରୀ ୧୮ଟି ବିଭାଗର ଦାୟିତ୍ୱରେ ଥିଲେ। ସୂଚନା ଅନୁସାରେ, କେଜ୍ରିୱାଲ କ୍ୟାବିନେଟର ଦୁଇ ମନ୍ତ୍ରୀ କୈଲାସ୍ ଗେହଲଟ୍ ଓ ରାଜକୁମାର ଆନନ୍ଦ ଏହି ୧୮ଟି ବିଭାଗର ଦାୟିତ୍ବ ତୁଲାଇବେ।

ପୂର୍ବରୁ ଦୁର୍ନୀତି ଅଭିଯୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଜୈନ ଗିରଫ ହୋଇଥିବା ବେଳେ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିସୋଦିଆଙ୍କୁ ରବିବାର ଗିରଫ କରାଯାଇଥିଲା। ଗିରଫ ନେତାମାନେ କାହିଁକି ଦିଲ୍ଲୀ ସରକାରରେ ଅଛନ୍ତି ବୋଲି ବିଜେପି ପ୍ରଶ୍ନ କରିବା ପରେ ‘ଆପ୍‌’ର ଗିରଫ ହୋଇ ଜେଲରେ ଥିବା ମନ୍ତ୍ରୀମାନେ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ସମେତ ଦିଲ୍ଲୀ କ୍ୟାବିନେଟରେ ଏବେ ୫ ଜଣ ମନ୍ତ୍ରୀ ଅଛନ୍ତି।

Leave A Reply

Your email address will not be published.