ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ

0

ଭୁବନେଶ୍ୱର, ୦୧/୦୩: ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି କହିଛନ୍ତି କୋଲକାତା ସ୍ଥିତ ୱିପ୍ରୋ ଡିଜିଟାଲ୍ ଅପରେସନ୍ସ ଆଣ୍ଡ ପ୍ଲାଟଫର୍ମସର ସିନିୟର ମ୍ୟାନେଜର ଡାକ୍ତର ସୁଶାନ୍ତ ସେନାପତି । ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ ଓ ସେଂଟର ଫର ବାୟୋଟେକ୍ନୋଲୋଜିର ବାର୍ଷିକ ଉତ୍ସବ “ଆମିଟି -୨୦୨୩”ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଡାକ୍ତର ସେନାପତି ।

ଡାକ୍ତର ସେନାପତି, ଯିଏ କି ପେସାରେ ଜଣେ ଡାକ୍ତର, ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ସେମାନେ କେବେହେଲେ ଗୋଟିଏ କମ୍ପାନୀରେ କାମ କରୁଛନ୍ତି ବୋଲି ନ ଭାବି ବରଂ ସମାଜ ତଥା ନିଜ ପରିବାରର ସଦସ୍ୟଙ୍କ ପାଇଁ କାମ କରୁଛନ୍ତି ବୋଲି ଭାବି କାର୍ଯ୍ୟ ଜାରୀ ରଖନ୍ତୁ । ବିଶିଷ୍ଟ ସାହିତ୍ୟିକା ତଥା ଗାୟିକା ଶ୍ରୀମତି ଛନ୍ଦା ମିଶ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏସ୍‌ପିଏସ୍ ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିବାବେଳେ ପ୍ରଫେସର ଲକ୍ଷ୍ମୀଧର ମହାରଣା ଏହାକୁ ପରିଚାଳନା କରିଥିଲେ ।

ଶ୍ରୀମତି ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ନିଜ ମଧ୍ୟରେ ଥିବା ଉତମ ଗୁଣଗୁଡ଼ିକୁ ପ୍ରସ୍ଫୁଟିତ କରିବା ସହ କ୍ରୋଧ ଓ ଆଳସ୍ୟ ପରିହାର କରିବା ଆବଶ୍ୟକ ବୋଲି କହିଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରକାଶିତ ପତ୍ରିକା “ଆରୋଣ”କୁ ଉନ୍ମୋଚନ କରାଯାଇଥିଲା ।

Leave A Reply

Your email address will not be published.