ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା

0

ଭୁବନେଶ୍ବର; ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା। ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଲୋକସେବା ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି।

ପ୍ରଦୀପ ଜେନା ହେଉଛନ୍ତି ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର୍। ପ୍ରାଶାସନିକ ଦକ୍ଷତା ପାଇଁ ସେ ପରିଚିତ। ୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ। ଶ୍ରୀ ଜେନା ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ଜଳସମ୍ପଦ ଓ ଗ୍ରାମ୍ୟ ଉନ୍ନୟନ, ଶକ୍ତି ଓ ଆଇଟି ବିଭାଗର ସଚିବ ଭାବେ କାର୍ଯ୍ୟ କରିଥିଲେ । ମହାବାତ୍ୟା ସମୟରେ କଟକର ଜିଲ୍ଲାପାଳ ଥିବାବେଳେ ସେ ନିଜର ଦକ୍ଷତା ଓ କାର୍ଯ୍ୟ ମାଧ୍ୟମରେ ‘ଲୋକଙ୍କ ଜିଲ୍ଲାପାଳ’ ଭାବେ ପରିଚିତ ହୋଇପାରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବାପରେ ଶ୍ରୀ ଜେନା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ସ୍ଥାନରେ ଜଳ ସଂପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଆଜି ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି ନିକୁଞ୍ଚ ଧଳଙ୍କୁ ନୂଆ ଏସ୍‌ଆର୍‌ସି ଭାବେ ନିଯୁକ୍ତି ଦିଆଯାଇଛି। ବିଦାୟୀ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କୁ ରାଜ୍ୟ ସରକାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

Leave A Reply

Your email address will not be published.