ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସାଥୀ, ଆହାର ସାଥୀ, ସ୍ବଚ୍ଛସାଥୀ ଓ ସୁପରଭାଇଜର୍ ଆଦିଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ କରାଯାଇଛି।

ଲୋକସେବା ଭବନରେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ମାନଙ୍କ ସଫଳତାରେ ମୁଁ ଖୁସି। ଆପଣମାନଙ୍କ ଆତ୍ମବିଶ୍ବାସ ହି ମିଶନ ଶକ୍ତିକୁ ନଂ୧ କରିଛି। ମା’ମାନେ ବହୁତ ଭଲ କାମ କରୁଛନ୍ତି ତାହାକୁ ଜାରି ରଖନ୍ତୁ । ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ମୁଁ ଯାଉଛି, ମିଶନ ଶକ୍ତିର ମା’ ମାନଙ୍କୁ ଭେଟୁଛି। ନବୀନ ନିବାସକୁ ମା’ ମାନେ ଆସି ମୋତେ ଭେଟୁଛନ୍ତି। ମା’ମାନଙ୍କ ସଫଳତା ବହୁତ ଖୁସି ଦେଉଛି, ମା’ ମାନଙ୍କ ଆତ୍ମବିଶ୍ୱାସ ଓ ଉତ୍ସାହ ମିଶନ ଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି।

ବିଭିନ୍ନ ସହରରେ ମା’ ମାନେ ଅନେକ ଦାୟିତ୍ୱ ନେଇଛନ୍ତି । ମା’ ମାନେ କରୁଥିବା କାମରେ ସମସ୍ତେ ଖୁସି । ମା’ ମାନେ ଯେପରି ସୁବିଧାରେ ଦାୟିତ୍ୱ ପାଳନ କରିବେ ସେଥିପାଇଁ ରାଜ୍ୟ ସରକାର ସମସ୍ତ ସୁବିଧା ଯୋଗାଇ ଦେଇଛନ୍ତି। ୮୦୦୦ରୁ ଅଧିକ ମା’ ମାନେ ସାଇକେଲ ପାଇବେ। ଏହାଦ୍ୱାରା ମା’ ମାନଙ୍କର କାମ ସହଜ ହେବ। ଓଡ଼ିଶା ସରକାରର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମିଶନ ଶକ୍ତି ମା’ ମାନଙ୍କୁ ୧୦୦ କୋଟି ଟଙ୍କାର ଇନସେନଟିଭ ଦେଇଛି। ଓଡ଼ିଶା ଏବେ ବିଶ୍ୱସ୍ତରରେ ନାଁ କମାଇଛି। ଆଉ ଏଥିରେ ମିଶନ ଶକ୍ତି ମା’ ମାନଙ୍କର ଯଥେଷ୍ଟ ଅବଦାନ ରହିଛି। ଭଲ କାମ କରି ଓଡ଼ିଶାର ସମ୍ମାନ ବୃଦ୍ଧି କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.