ପ୍ରମୁଖ ଖବର

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଜୟପୁର ବିଧାନସଭା ଲାଗି ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି
ପ୍ରଚାର ବେଳେ ଅସୁସ୍ଥ ହୋଇପଡିଲେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ
ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ

ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସାଥୀ, ଆହାର ସାଥୀ, ସ୍ବଚ୍ଛସାଥୀ ଓ ସୁପରଭାଇଜର୍ ଆଦିଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ କରାଯାଇଛି।

ଲୋକସେବା ଭବନରେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ମାନଙ୍କ ସଫଳତାରେ ମୁଁ ଖୁସି। ଆପଣମାନଙ୍କ ଆତ୍ମବିଶ୍ବାସ ହି ମିଶନ ଶକ୍ତିକୁ ନଂ୧ କରିଛି। ମା’ମାନେ ବହୁତ ଭଲ କାମ କରୁଛନ୍ତି ତାହାକୁ ଜାରି ରଖନ୍ତୁ । ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ମୁଁ ଯାଉଛି, ମିଶନ ଶକ୍ତିର ମା’ ମାନଙ୍କୁ ଭେଟୁଛି। ନବୀନ ନିବାସକୁ ମା’ ମାନେ ଆସି ମୋତେ ଭେଟୁଛନ୍ତି। ମା’ମାନଙ୍କ ସଫଳତା ବହୁତ ଖୁସି ଦେଉଛି, ମା’ ମାନଙ୍କ ଆତ୍ମବିଶ୍ୱାସ ଓ ଉତ୍ସାହ ମିଶନ ଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି।

ବିଭିନ୍ନ ସହରରେ ମା’ ମାନେ ଅନେକ ଦାୟିତ୍ୱ ନେଇଛନ୍ତି । ମା’ ମାନେ କରୁଥିବା କାମରେ ସମସ୍ତେ ଖୁସି । ମା’ ମାନେ ଯେପରି ସୁବିଧାରେ ଦାୟିତ୍ୱ ପାଳନ କରିବେ ସେଥିପାଇଁ ରାଜ୍ୟ ସରକାର ସମସ୍ତ ସୁବିଧା ଯୋଗାଇ ଦେଇଛନ୍ତି। ୮୦୦୦ରୁ ଅଧିକ ମା’ ମାନେ ସାଇକେଲ ପାଇବେ। ଏହାଦ୍ୱାରା ମା’ ମାନଙ୍କର କାମ ସହଜ ହେବ। ଓଡ଼ିଶା ସରକାରର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମିଶନ ଶକ୍ତି ମା’ ମାନଙ୍କୁ ୧୦୦ କୋଟି ଟଙ୍କାର ଇନସେନଟିଭ ଦେଇଛି। ଓଡ଼ିଶା ଏବେ ବିଶ୍ୱସ୍ତରରେ ନାଁ କମାଇଛି। ଆଉ ଏଥିରେ ମିଶନ ଶକ୍ତି ମା’ ମାନଙ୍କର ଯଥେଷ୍ଟ ଅବଦାନ ରହିଛି। ଭଲ କାମ କରି ଓଡ଼ିଶାର ସମ୍ମାନ ବୃଦ୍ଧି କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.