ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ମୁଖ୍ୟମନ୍ତ୍ରୀ କହିଲେ ମା’ ମାନେ କାହା ଠାରୁ କମ୍‌ ନୁହେଁ

0
  • ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ
  • ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀ
  • ଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବ
  • କିଶୋର କିଶୋରୀ ମାନଙ୍କ ପାଇଁ ମାସ୍କଟ ‘କୁନି’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
  • ଆଉ ପଛକୁ ନୁହେଁ, ଏଣିକି କେବଳ ଆଗକୁ ଚାଲିବୁ – ମିଶନ ଶକ୍ତି ଓ ଅଙ୍ଗନବାଡି ମା

ଭୁବନେଶ୍ବର; ଆଜି ଲୋକସେବା ଭବନସ୍ଥିତ କନ୍‌ଭେନସନ ସେଣ୍ଟର ଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସାଧାରଣ ଜୀବନରେ ଯେଉଁ କୋଟି କୋଟି ମା ସଂଗ୍ରାମ ଜାରି ରଖିଛନ୍ତି ଏବଂ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜିର ଦିନଟିକୁ ସମର୍ପିତ କରିଛନ୍ତି।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତିକରଣ ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତା। ଓଡିଶାର ମା ମାନେ ଆଜି ରୂପାନ୍ତରର ସାରଥୀ ହୋଇଛନ୍ତି। ୭୦ ଲକ୍ଷ ମା ମାନଙ୍କ ବିଶାଳ ସଂଗଠନ ଆଜି ଏସଏଚଜି ରୁ ଏସଏମଇ ହେବାକୁ ଯାଉଛି। ମା’ ମାନେ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଛନ୍ତି। ମା’ ମାନେ କାହା ଠାରୁ କମ୍‌ ନୁହେଁ। ମା ମାନେ ନିଜ ନିଜର ପ୍ରତିଭା ଓ ଦକ୍ଷତା ଦ୍ବାରା ସମାଜରେ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି । ସେମାନେ ପ୍ରମାଣିତ କରିପାରିଛନ୍ତି ଝିଅ ଆଜି ପରିବାର ପାଇଁ ବୋଝ ନୁହେଁ, ବରଂ ପରିବାରର ମଣି । କନ୍ୟା ରତ୍ନ ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଆନ୍ତର୍ଜାତିକ ମହିଳା ଦିବସ ପାଇଁ ବିଷୟ ବସ୍ତୁ ରହିଛି ‘ନବ ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ବାରା ଲିଙ୍ଗଗତ ସମାନତା ହାସଲ। ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଯୁକ୍ତି ବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେସନ ଓ ଟେକ୍‌ନୋଲୋଜିର ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ନାରୀ ମାନଙ୍କ ଅଧିକାରର ସୁରକ୍ଷା କରାଯାଇପାରୁଛି।

ମହିଳା ମାନଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି। ଏହାଦ୍ବାରା ସମାଜରେ ଲିଙ୍ଗଗତ ବୈଷମ୍ୟ ଦୂର ହୋଇ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ କରାଯାଇପାରିବ। ତେଣୁ ଇନୋଭେସନ ଓ ଟେକ୍‌ନୋଲୋଜିର ଅଧିକରୁ ଅଧିକ ପ୍ରୟୋଗ କରି ମହିଳା ମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ପ୍ରଦାନ କରିବା ସହିତ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ରାଜ୍ୟସ୍ତରୀୟ ଉତ୍ସବରେ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଓ ଦିଗ୍‌ଦର୍ଶନରେ ମହିଳା ଓ ଶିଶୁବିକାଶ ବିଭାଗ ମହିଳା ମାନଙ୍କ ସଶକ୍ତିକରଣ ଓ ଅଧିକାରର ସୁରକ୍ଷା ପାଇଁ ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରୁଛି । ମହିଳା ମାନେ ଆଜି ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ ହୋଇପାରିଛନ୍ତି ଓ ସେମାନଙ୍କ ପାଇଁ ଅନେକ ସୁଯୋଗ ସୃଷ୍ଟି ହୋଇପାରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁବିକାଶ ବିଭାଗର ଯୁବ ମାସ୍କଟ ‘କୁନି’ର ଶୁଭାରମ୍ଭ କରିଥିଲେ । ଏହି ମାସ୍କଟ କିଶୋର କିଶୋରୀ ମାନଙ୍କୁ ଶିକ୍ଷା, ଅଧିକାର ଓ ଅନ୍ୟାନ୍ୟ କ୍ଷେତ୍ରରେ ସଚେତନ କରିବା ପାଇଁ କାର୍ଯ୍ୟ କରିବ। ଏହାସହିତ ରାଜ୍ୟର ନୂଆ ଶିଶୁ ନୀତି ‘ପ୍ରାରମ୍ଭ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ଏହାସହିତ ଆଶୀର୍ବାଦ ଯୋଜନାର ଏମ୍ ଆଇଏସ୍ ପୋର୍ଟାଲ୍ ଏବଂ ଓ୍ଵାନ୍ ଷ୍ଟପ୍ ସେଣ୍ଟର ଓ ମହିଳା ହେଲ୍‌ପ ଲାଇନରେ ସଫଳ ମହିଳାଙ୍କ କାହାଣୀ ଉପରେ ଏକ କେସ୍ ଷ୍ଟଡି ବୁକଲେଟ ମାନ୍ୟବର ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।

ଏହି ଅବସରରେ ବିଷୟବସ୍ତୁ ଓ ରାଜ୍ୟସାରା ସପ୍ତାହବ୍ୟାପୀ ଉତ୍ସବ ପାଳନ କରାଯିବ। ଏବଂ ରାଜ୍ୟର ପ୍ରୟାସକୁ ଆହୁରି ସୁଦୃଢ଼ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ ବିଭାଗର ପଦକ୍ଷେପ ଉପରେ ଏକ ଭିଡିଓ ପ୍ରଦର୍ଶିତ କରାଯାଇଥିଲା। ଏହି ଅବସରରେ ୩ ଜଣ ଶ୍ରେଷ୍ଠ ଅଙ୍ଗନବାଡ଼ି କର୍ମୀ, ଶ୍ରେଷ୍ଠ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏବଂ ଶ୍ରେଷ୍ଠ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କୁ ପୁରସ୍କୃତ କରାଯାଇଥିଲା।

Leave A Reply

Your email address will not be published.