ପ୍ରମୁଖ ଖବର

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ
ସୁଜାତାଙ୍କ ପାଖରେ ଥିବା ଦୁଇ ବିଭାଗର ଦାୟିତ୍ୱ ଶାଳିନୀ ପଣ୍ଡିତଙ୍କୁ ଦିଆଯାଇଛି
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ
ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ
ଶନିବାର ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଘସିପୁରା ବିଧାନସଭା ଆସନରେ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

କ୍ଷୁଦ୍ର ଜଳସେଚନ ବିଭାଗ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ। ଆୟବହିର୍ଭୂି ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ କରିଛି। ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ କରାଯାଉଛି।

ସୂଚନାନୁସାରେ; ଭିଜିଲାନ୍ସ ଟିମ୍ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘରେ ଚଢ଼ାଉ କରିଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ ସ୍ଥାନରେ ଛାନଭିନ ଚାଲିଛି । ଏଥିରେ ୪ ଜଣିଆ ଡ଼ିଏସପିଙ୍କ ନେତୃତ୍ୱରେ ୯ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଭିଜିଲାନ୍ସ ଚଢ଼ାଉରେ ସାମିଲ ହୋଇଛନ୍ତି ।ଭୁବନେଶ୍ୱର, ଅନୁଗୁଳ ଆଦି ବିଭିନ୍ନ ସ୍ଥାନରେ ତାଙ୍କର ଅମାପ ସମ୍ପତ୍ତି ଥିବା ଜଣାପଡିଛି।

ଏହାଛଡା ଭୁବନେଶ୍ୱରର ରସୁଲଗଡରେ ଥିବା ବୈଷ୍ଣୋ ମୋନାର୍କ ଆପାର୍ଟମେଣ୍ଟର ଫ୍ଲାଟ ନମ୍ବର ୩୦୧, ଖାରବେଳନଗରର ବୈଷ୍ଣୋ ରିଜେନ୍ସିର ଫ୍ଲାଟ ନମ୍ବର ୧, ସହିଦନଗରରେ ଥିବା ଇମ୍ପେରିଆ ଆପାର୍ଟମେଣ୍ଟର ପ୍ରଥମ ମହଲାର ଫ୍ଲାଟ ନମ୍ବର ୧୦୧, ଅନୁଗୁଳ ଜିଲ୍ଲା ତୁରଙ୍ଗାରେ ଥିବା ଏକ ଦୁଇମହଲା ଘର, ଖିଲାରରେ ଏକ ପ୍ଲଟ୍ ଓ ପୈତୃକ ଗ୍ରାମ ବନ୍ତଳରେ ଥିବା ଘର, ଭବାନୀପାଟଣାରେ ଥିବା ସରକାରୀ କ୍ବାର୍ଟର ଓ କାର୍ଯ୍ୟାଳୟରେ ଚଢାଉ ଚାଲିଛି ।

Leave A Reply

Your email address will not be published.