ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନାରାୟଣପାଟଣାରେ ଆଜି ଭୋରରୁ ମୃଦୁ ଭୂମିକମ୍ପ ଅନୁଭୂତ

0

ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର, ନାରାୟଣପାଟଣା ଓ ଦଶମନ୍ତପୁର ବ୍ଲକରେ ଆଜି ଭୋରରୁ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୋର ୫.୦୫ ମିନିଟ୍ ସମୟରେ ଭୂମିକମ୍ପ ହୋଇଥିବା ବେଳେ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ଭୂମିକମ୍ପରେ ଶୋଇଥିବା ଖଟ ହଲିଯାଇଥିଲା । ଭୟଭୀତ ହୋଇ ଲୋକେ ଉଠିପଡ଼ି ବାହାରକୁ ଚାଲିଆସିଥିଲେ।

ସୂଚନାଯୋଗ୍ୟ; ଆଜି ଭୋର ୫ଟା ୫ ମିନିଟରେ ଲକ୍ଷ୍ମୀପୁର, ନାରାୟଣପାଟଣା ଓ ଦଶମନ୍ତପୁର ବ୍ଲକରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଛତିଶଗଡ ଜଗଦଲପୁରଠାରୁ ୧୨୯ କିଲୋମିଟର ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଥିଲା। ଏନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସ୍ପଷ୍ଟ କରାଯାଇଛି ।ନାରାୟଣପାଟଣା ବନ୍ଧୁଗାଁ,ଲକ୍ଷ୍ମୀପୁର, କୋରାପୁଟର ବହୁ ଅଞ୍ଚଳରେ କିଛି ସମୟ ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ସମୟରେ ପ୍ରାୟ ୩ ସେକେଣ୍ଡ ପାଇଁ ଝରକା, କବାଟ ଦୋହଲିଥିବା ଜଣାଯାଇଛି। ସକାଳୁ ସକାଳୁ ଭୂମିକମ୍ପ ଅନୁଭୂତ ହେବାରୁ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ତେବେ ଭୂମିକମ୍ପରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

ତେବେ ଜଗଦଳପୁରଠାରୁ ୧୨୯ କିମି ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବାବେଳେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

Leave A Reply

Your email address will not be published.