ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ୱେ

0

ନୂଆପଡା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି  ୲ ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି 

ଉଲେଖଯୋଗ୍ୟ: ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନୂଆପଡାରେ ମୋଟ ୭୬୬ କୋଟି ଟଙ୍କାର ୧୮୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଯେଉଁଥିରେ ପାନୀୟଜଳ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭଳି ବିକାଶମୂଳକ ପ୍ରକଳ୍ପ ରହିଛି । ଆଉ ଏହାସହ ସିଲେଟପାଣିରେ ହୋଇଥିବା ସାଧାରଣ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ନବୀନ ।

ଏହି ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି, ଆଜି ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ । ବିଜୁ ବାବୁ ଥିଲେ ଓଡ଼ିଶାବାସୀଙ୍କ ଭରସା । ଏ ମାଟିର ମଣିଷଙ୍କ ସ୍ୱପ୍ନ ସହ ସେ ସବୁବେଳେ ଯୋଡି ହୋଇ ରହୁଥିଲେ । ଜଣେ ଓଡ଼ିଆ ଭାବେ ସେ ଗର୍ବ କରୁଥିଲେ । ତେଣୁ ତାଙ୍କ ଜନ୍ମଦିବସରେ ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କରି ମୁଁ ବହୁତ ଖୁସି । ମୁଁ କଥା ନୁହେଁ କାମରେ ବିଶ୍ୱାସ କରେ । ବିଜୁ ଏକ୍ସପ୍ରେସ ୱେରେ ଘାଟିପଡା ଠାରୁ ଆମପାନି ପର୍ଯ୍ୟନ୍ତ ରାସ୍ତା ରେକର୍ଡ ବର୍ଷକ ମଧ୍ୟରେ ଶେଷ ହୋଇଛି ।

ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ ୲ ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ୲ ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ. ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି ।

ବିଜୁ ଏକ୍ସପ୍ରେସ ୱେ ଏକ ରାସ୍ତା ନୁହେଁ, ଏହା ଏହି ଅଞ୍ଚଳର ଜୀବନରେଖା । ଏହି ରାସ୍ତା ବିକାଶର ନୂଆ ଇତିହାସ ଲେଖିବ । ଏହି ରାସ୍ତା ପାଇଁ ଚାଷୀ ଭାଇ, ସାଧାରଣ ଲୋକ ସୁବିଧା ପାଇବେ । ସ୍ୱାସ୍ଥ୍ୟସେବାରେ ଉନ୍ନତି ପରିଲିକ୍ଷିତ ହେବ । ଅର୍ଥନୈତିକ ସ୍ତରରେ ଏହା ବେଶ ଉପଯୋଗୀ ସାବ୍ୟସ୍ତ ହେବ । ନୂଆ ଶିଳ୍ପ ଗଢି ଉଠିବ । ଏକ୍ସପ୍ରେସ ୱେର ଦୁଇ ପାଖରେ ବିଜୁ ଇକୋନୋମିକ କରିଡର କରାଯାଇଛି । ଏହା ଉଭୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲା ସୁବିଧା ପାଇବେ । ଇକୋନୋମିକ କରିଡରରେ ପୁଞ୍ଜି ବିନିଯୋଗ ପାଇଁ ଅଧିକ ଇନସେନଟିଭ ଦିଆଯାଇଛି ।

ବିଜୁ ବାବୁଙ୍କ ସ୍ୱପ୍ନ ଥିଲା ସଶକ୍ତ ଓଡ଼ିଶା । ସେ ଦିଗରେ ଆମେ ସଫଳତାର ସହ ଆଗକୁ ବଢୁଛୁ । ଏହାସହ ନୂଆପଡା ଜିଲ୍ଲାର ମା’ ମାନଙ୍କୁ ୨୫ କୋଟି ଟଙ୍କାର ଋଣ ସହାୟତା ରାଶି ପ୍ରଦାନ କରାଯାଇଛି । ନୂଆପଡା ଜିଲ୍ଲାର ବିକାଶକୁ ଆହୁରି ଆଗେଇ ନେବାକୁ ୭୫୦ କୋଟି ଟଙ୍କାର ଅଧିକ ପ୍ରକଳ୍ପକୁ ଆରମ୍ଭ କରି ଖୁସି ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.