ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ବେରୋଜଗାରୀ ଯୁବବର୍ଗଙ୍କୁ ମିଳିବ ମାସିକ ଭତ୍ତା

0

ଛତିଶଗଡ; ସୋମବାର ବିଧାନସଭାରେ ବଜେଟ୍ ଉପସ୍ଥାପନ ବେଳେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ବେକାରୀ ଯୁବକଙ୍କୁ ମାସିକ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ଛତିଶଗଡ଼ ସରକାର । ବଜେଟରେ ବେରୋଜଗାରୀ ଯୁବକଙ୍କ ପାଇଁ ମାସିକ ୨୫ଶହ ଟଙ୍କା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

୨୦୨୩-୨୪ ପାଇଁ ରାଜ୍ୟ ସରକାର ୧ଲକ୍ଷ ୨୧ହଜାର ୫୦୦ କୋଟି ଟଙ୍କା ଆଗତ କରିଛନ୍ତି । ଯାହା ଇତିହାସର ସବୁଠାରୁ ବଡ଼ ବଜେଟ୍ ବୋଲି କୁହାଯାଉଛି । ବଜେଟରେ ବିଭିନ୍ନ ବର୍ଗକୁ ଗୁରୁତ୍ୱ ଦିଆଯାଇଛି । ବିଶେଷକରି ବଘେଲ ସରକାର ଅଙ୍ଗନୱାଡି କର୍ମୀ, ହୋମଗାର୍ଡଙ୍କ ଏବଂ ମହିଳାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଅଙ୍ଗନୱାଡି କର୍ମୀଙ୍କ ଭତ୍ତା ୬ହଜାର ୫୦୦ରୁ ୧୦ହଜାର ଟଙ୍କା ବୃଦ୍ଧି କରାଯାଇଛି ।

ସେହିପରି ଅଙ୍ଗନୱାଡି ସହକର୍ମୀଙ୍କ ଭତ୍ତା ୩ହଜାର ୫୫୦ରୁ ୫ହଜାର ଟଙ୍କା କରାଯାଇଛି । ସ୍କୁଲରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କ ଦେୟ ୨୫ଶହରୁ ୨୮ଶହ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କୃଷି ବିଭାଗ ପାଇଁ ୧୦ହଜାର ୭୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

Leave A Reply

Your email address will not be published.