ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

ଏହାସହିତ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡ଼ିୟମକୁ ମଧ୍ୟ ଉଦଘାଟନ କରିବେ । ସେଠାରେ ଆୟୋଜିତ ହେଉଥିବା ଏଫଆଇଏଚ୍ ହକି ପ୍ରୋ ଲିଗ୍ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମାର୍ଚ୍ଚ ୧୦ରେ ଭାରତ ଓ ଜର୍ମାନୀ ମଧ୍ୟରେ ଏଫଆଇଏଚ ହକି ପ୍ରୋ ଲିଗର ଉଦଘାଟନୀ ମ୍ୟାଚ ରହିବେ । ରାଉରକେଲାରେ ଏହି ପ୍ରୋ ଲିଗର ୬ଟି ମ୍ୟାଚ୍ ଖେଳାଯିବ । ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକରେ ସ୍ଥାପିତ ହୋଇଥିବା ହକି ପ୍ରଶିକ୍ଷଣ କେନ୍ଦ୍ର ଓ ଆଷ୍ଟ୍ରୋ ଟର୍ଫ ଷ୍ଟାଡ଼ିୟମର ଉଦଘାଟନ ମଧ୍ୟ କରିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.