ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

ଏହାସହିତ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡ଼ିୟମକୁ ମଧ୍ୟ ଉଦଘାଟନ କରିବେ । ସେଠାରେ ଆୟୋଜିତ ହେଉଥିବା ଏଫଆଇଏଚ୍ ହକି ପ୍ରୋ ଲିଗ୍ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମାର୍ଚ୍ଚ ୧୦ରେ ଭାରତ ଓ ଜର୍ମାନୀ ମଧ୍ୟରେ ଏଫଆଇଏଚ ହକି ପ୍ରୋ ଲିଗର ଉଦଘାଟନୀ ମ୍ୟାଚ ରହିବେ । ରାଉରକେଲାରେ ଏହି ପ୍ରୋ ଲିଗର ୬ଟି ମ୍ୟାଚ୍ ଖେଳାଯିବ । ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକରେ ସ୍ଥାପିତ ହୋଇଥିବା ହକି ପ୍ରଶିକ୍ଷଣ କେନ୍ଦ୍ର ଓ ଆଷ୍ଟ୍ରୋ ଟର୍ଫ ଷ୍ଟାଡ଼ିୟମର ଉଦଘାଟନ ମଧ୍ୟ କରିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.