ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶା ଖାଇ ମଉଜ କରୁଥିଲେ ସାବଧାନ

0

ଭୁବନେଶ୍ବର; କାଲି ରଙ୍ଗର ଖେଳ ହେବ ଆଉ ଏଥିପାଇଁ ଭୁବନେଶ୍ୱରରେ ସୁରକ୍ଷାକୁ ବଢାଇଦିଆଯାଇଛି । ଭୁବନେଶ୍ୱର ସହର ଉପରେ ନଜର ରଖିବ ୬୦ଟି ସ୍ପେଶାଲ ସ୍କ୍ୱାର୍ଡ । ୩୧ଟି ସ୍ଥାନରେ ପୋଲିସ ପିକେଟିଂ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୭ଟି ମୋବାଇଲ ପାଟ୍ରୋଲିଂ ଟିମ୍ ନିୟୋଜିତ ହେବେ ।

ସେହିପରି, ହୋଲି ପାଇଁ ନଦୀ ପଠା ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ନଦୀରେ ଗାଧୋଇବା ବେଳେ ଅଘଟଣକୁ ଏଡ଼ାଇବା ପାଇଁ ସବୁ ନଦୀ ପଠାରେ ପୋଲିସ ଫୋର୍ସ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ମୃତୟନ ହେବେ । କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ଫୋର୍ସ ମୁତୟନ ରହିବେ । ଯେଉଁମାନେ ଦୁର୍ଘଟଣାର ଶିକାର ହୋଇ ମେଡିକାଲକୁ ଆସିବେ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ଏହି ଫୋର୍ସ ସହଯୋଗ କରିବେ । ରାତିରେ ବେଆଇନ୍ ପାଟି ଓ ରେଭ୍ ପାଟି ଉପରେ ନଜର ରଖାଯିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ।

Leave A Reply

Your email address will not be published.