ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆମେରିକା ବିଦେଶ ବିଭାଗ ପକ୍ଷରୁ ମନୋନୀତ ହେଲେ ଭବାନୀ

0

ଭୁବନେଶ୍ବର; ‘ସମ୍ବାଦ’ରେ କାର୍ଯ୍ୟରତ ବାର୍ତ୍ତାବିଭାଗର ଉପମହାପ୍ରବନ୍ଧକ ଭବାନୀ ଶଙ୍କର ତ୍ରିପାଠୀ ‘ୟୁନାଇଟେଡ୍‌ ଷ୍ଟେଟ୍‌ସ୍‌ ଇଣ୍ଟର୍‌ନ୍ୟାସ୍‌ନାଲ୍‌ ଭିଜିଟର୍‌ ଲିଡର୍‌ସିପ୍‌ ପ୍ରୋଗ୍ରାମ୍‌’ରେ ଭାରତର ପ୍ରତିନିଧିତ୍ବ କରିବାକୁ ମନୋନୀତ ହୋଇଛନ୍ତି। ମାର୍ଚ୍ଚ ୧୩ରେ ହେବାକୁ ଥିବା ୟୁନାଇଟେଡ୍ ଷ୍ଟେଟସ୍ ଇଣ୍ଟରନ୍ୟାସନାଲ୍ ଭିଜିଟର୍ ଲିଡରସିପ୍ ପ୍ରୋଗ୍ରାମରେ ଯୋଗ ଦେବେ।

‘କ୍ଲାଇମେଟ୍‌ ଚେଞ୍ଜ୍‌ ଆଣ୍ଡ୍‌ ବାୟୋଡାଇଭର୍ସିଟି କଞ୍ଜର୍‌ଭେସନ୍‌’ ଶୀର୍ଷକ ପ୍ରକଳ୍ପ ଲାଗି ଯୁକ୍ତରାଷ୍ଟ୍ର ଆମେରିକାର ବୈଦେଶିକ ବିଭାଗ ତାଙ୍କୁ ମନୋନୀତ କରିଥିବାରୁ ବରିଷ୍ଠ ସାମ୍ବାଦିକ ଶ୍ରୀ ତ୍ରିପାଠୀ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ୍‌ ୧ ତାରିଖ, ୩ ସପ୍ତାହ ପର୍ଯ୍ୟନ୍ତ ଆମେରିକା ଗସ୍ତରେ ରହିବେ ଓ ଏପ୍ରିଲ୍‌ ୪ ତାରିଖରେ ସେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ।

ଆମେରିକାର ଜଳବାୟୁ ପରିବର୍ତ୍ତନ ନୀତିର ପ୍ରଭାବ ବିଶ୍ୱ ଜଳବାୟୁ ପରିବର୍ତ୍ତନ ଉପରେ ରହିଛି। ଏହାର ଏକମାତ୍ର କାରଣ ହେଉଛି ଚୀନ୍ ପରେ ଗ୍ରୀନ ହାଉସ୍ ଗ୍ୟାସ ନିର୍ଗତ କରିବାରେ ଆମେରିକା ଦ୍ୱିତୀୟ ସ୍ଥାନରେ ରହିଛି । ଅନ୍ୟ ଦେଶ ଅପେକ୍ଷା ଆମେରିକା ୪୦୦ ବିଲିୟନ୍ ମେଟ୍ରିକ୍ ଟନରୁ ଅଧିକ ଗ୍ରୀନ୍ ହାଉସ୍ ଗ୍ୟାସ୍ ନିର୍ଗତ କରିଥାଏ ।

ଜଳବାୟୁ ପରିବର୍ତ୍ତନରେ ଆମେରିକା କିଭଳି କାମ କରୁଛି, ସେନେଇ ମୁଁ ତର୍ଜମା କରିବି। ଏଥିସହିତ ଜଳବାୟୁ ପରିବର୍ତ୍ତନ ଓ ଜୈବ ବିବିଧତା ସମ୍ପର୍କରେ ସ୍ଥାନୀୟ ସରକାର, ବେସରକାରୀ ସଙ୍ଗଠନ, ଗଣମାଧ୍ୟମ ଓ ବିଶେଷ କରି ସୋସିଆଲ୍ ମିଡିଆର ମହତ୍ୱପୂର୍ଣ୍ଣ ଭୂମିକା ସମ୍ବନ୍ଧରେ ଅଧ୍ୟୟନ କରିବି ବୋଲି କହିଛନ୍ତି ବରିଷ୍ଠ ସାମ୍ବାଦିକ ଭବାନୀ ଶଙ୍କର ତ୍ରୀପାଠି।

Leave A Reply

Your email address will not be published.