ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ ମିଳିଥିବା ସୂଚନା । ରାଜସ୍ୱ, ପଂଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା । ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତିକୁ କ୍ୟାବିନେଟ ମଂଜୁରୀ ଦେଇଥିବା ଜଣାପଡ଼ିଛି ।

ସେହିଭଳି ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ। ନୟାଗଡ଼ରେ ବଲାଙ୍ଗୀ ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଂଜୁରୀ ମିଳିଥିବା ସୂଚନା ମିଳିଛି । ଏହଛେଡା ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଂଜୁରୀ ମିଳିଥିବା ସୂଚନା । ଆପାର୍ଟମେଣ୍ଟ ଓନରସିପ୍ ବିଲ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଥିବା ଜଣାପଡ଼ିଛି ।

Leave A Reply

Your email address will not be published.