ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଆସନ୍ତା କାଲିଠାରୁ ସଂସଦର ବଜେଟ୍ ଅଧିବେଶନ

0

ନୂଆଦିଲ୍ଲୀ; ଆସନ୍ତା କାଲିଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ। ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।

ଉଲ୍ଲେଖଯୋଗ୍ୟ; ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂସଦର ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରି ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟ ଦିବସ ରହିଥିଲା। ପ୍ରଥମ ଭାଗରେ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଏବଂ କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପରେ ଆଲୋଚନା କରାଯାଇଥିଲା।

Leave A Reply

Your email address will not be published.