ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶିକ୍ଷାର ଗୁଣବତା ବୃଦ୍ଧିକୁ ନେଇ ସୋଆ ଏବଂ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

0

ଭୁବନେଶ୍ୱର , ୧୫/ ୦୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଏବଂ କଟକ ସ୍ଥିତ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଇନ୍‌ଟର୍ଣ୍ଣସିପ୍‌ର ସୁଯୋଗ, ଫ୍ୟାକଲ୍ଟି ଏବଂ ଷ୍ଟାଫ୍ ଡେଭଲପ୍‌ମେଂଟ କାର୍ଯ୍ୟକ୍ରମ ଏବଂ ପାଠ୍ୟକ୍ରମର ଗୁଣବତାକୁ ବୃଦ୍ଧି କରିବା ନିମନ୍ତେ ମଙ୍ଗଳବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି ।

ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଏବଂ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ଗୃହବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ଇନ୍ଦୁରେଖା ମହାପାତ୍ରଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦକ୍ଷତା ଭିତିକ ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରିବା ମଧ୍ୟ ଏହି ବୁଝାମଣାର ଅନ୍ୟ ଏକ ଉଦ୍ଦେଶ୍ୟ ।

ଏହି ଅବସରରେ ଏସ୍‌ଏଚ୍‌ଏମ୍ ପକ୍ଷରୁ ପ୍ରଫେସର ସୁଶାନ୍ତ ରଞନ ଚଇନି, ଡକ୍ଟର ଅଂଶୁମାନ ସାମଲ୍‌, ଡକ୍ଟର ସସ୍ମିତା ମହାନ୍ତି, ଡକ୍ଟର ପାର୍ଥସାରଥି ପାତ୍ର, ଡକ୍ଟର ପବିତ୍ର ମୋହନ ମହାନ୍ତି ଏବଂ ଡକ୍ଟର ଲଲାଟ ଇନ୍ଦୁ ମିଶ୍ର ଉପସ୍ଥିତ ଥିବା ବେଳେ ଶୈଳବାଳା ମହାବିଦ୍ୟାଳୟ ପକ୍ଷରୁ ଗୃହବିଜ୍ଞାନ ବିଭାଗର ପ୍ରାଧ୍ୟାପକ ଡକ୍ଟର ଅଜନ୍ତା ନାୟକ ଉପସ୍ଥିତ ଥିଲେ । ଏହି ଅବସରରେ ଭବିଷ୍ୟତରେ ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ପ୍ରଶିକ୍ଷଣ ଏବଂ ବିକାଶ ନିମନ୍ତେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.