ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏପ୍ରିଲ ୧୩ରେ ହେବ ରାଜଧାନୀ ପ୍ରତିଷ୍ଠା ଦିବସ

0

ଭୁବନେଶ୍ବର: ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବ। ଏହାକୁ ପ୍ଲାଟିନମ ଜୁବୁଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଉତ୍ସବକୁ ପାଳନ କରିବ ଭୁବନେଶ୍ୱର ମହାନଗର ନିଗମ।

ସୂଚନାନୁସାରେ, ଆସନ୍ତା ଏପ୍ରିଲ ୧୩ ତାରିଖରୁ ୧୫ ପର୍ଯ୍ୟନ୍ତ ତିନି ଦିନ ଧରି ଆୟୋଜନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ।ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଉତ୍ସବ ଆୟୋଜନ କମିଟିର ସଭାପତି ପ୍ରଦୋଷ ପଟ୍ଟନାୟକଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଓ ବିଏମସି କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୩ଜଣଙ୍କୁ ରାଜଧାନୀ ଗୌରବ ସମ୍ମାନରେ ସମ୍ମାନିତ କରାଯିବା ସହ ୩ଦିନ ଧରି ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ରାଜଧାନୀର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପରେଡରେ ୭୫ ପ୍ଲାଟୁନ୍ ଭାଗନେବେ । ଏଥିସହ ରାଜଧାନୀକୁ ଆକର୍ଷଣୀୟ ଆଲୋକମାଳାରେ ସୁସଜ୍ଜିତ କରାଯିବ।

Leave A Reply

Your email address will not be published.