ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ଉଦ୍‌ଯାପିତ

0


ଭୁବନେଶ୍ୱର, ୨୦/୦୩: କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍ ଫାଉଣ୍ଡେସନ୍‌, ପେସ୍ ଫାଉଣ୍ଡେସନ୍ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମିଳିତ ଭାବେ ଆୟୋଜିତ ହୋଇଥିବା ଦୁଇ ଦିନିଆ ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ରବିବାର ଉଦ୍‌ଯାପିତ ହୋଇଛି ।

କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ, ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୟସ୍ୱାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତୀତରେ ଭାରତର ସମୃଦ୍ଧ ଅର୍ଥନୀତି ଉପରେ ବିସ୍ତୃତ ଭାବେ ସୂଚନା ଦେବା ସହ ଷ୍ଟାର୍ଟଅପ୍‌ଗୁଡ଼ିକ ଉପଯୁକ୍ତ ବ୍ୟବସାୟ ମଡେଲ୍ ବ୍ୟବହାର କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସମ୍ବିତ ତ୍ରିପାଠୀ, ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଷ୍ଟାର୍ଟଅପ୍ କନ୍‌କ୍ଲେଭ୍‌ରେ କୃଷି କ୍ଷେତ୍ରରେ ନୂତନ ଜ୍ଞାନ କୌଶଳ ଉପରେ କାର୍ଯ୍ୟ କରୁଥିବା ଦେଶର ୬୦ ଟି ଷ୍ଟାର୍ଟଅପ୍ ଯୋଗ ଦେଇଥିଲେ । ଏମାନଙ୍କ ମଧ୍ୟରୁ ଓଡ଼ିଶାରୁ ମଧ୍ୟ ୧୦ଟି ଷ୍ଟାର୍ଟଅପ୍ ସାମିଲ ହୋଇଥିଲେ । ଓଡ଼ିଶାର ୬୫ଟି ବ୍ଲକ୍‌ରୁ ୩୦୦ ଚାଷୀ ଏହି କନ୍‌କ୍ଲେଭ୍‌ରେ ଯୋଗ ଦେଇଥିଲେ । କନ୍‌କ୍ଲେଭର ବିଷୟବସ୍ତୁ ଥିଲା “ଚିନ୍ତାଧାରାରୁ ବ୍ୟବସାୟୀକରଣ” ।

Leave A Reply

Your email address will not be published.