ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋନପୁର ଛାତ୍ର ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ସୋନପୁର ଛାତ୍ର ଦୁର୍ଘଟଣାକୁ ନେଇ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନା ଅନୁସାରେ ଆଜି ପୂର୍ବାହ୍‌ଣ ପ୍ରାୟ ୧୧ଟାରେ ସୋନପୁର ଥାନା ଅନ୍ତର୍ଗତ ଅର୍ଜୁନପୁର ପଟରୁ ବିନିକା ଅଭିମୁଖେ ଏକ କାର (ଓଡି-୩୧-୬୧୯୧) ଦ୍ରୁତଗତିରେ ଯାଉଥିଲା। ଶରଧାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଫାଟକ ନିକଟରେ ପିଲାମାନେ ଯେତେବେଳେ ପରୀକ୍ଷା ଦେଇ ଘରକୁ ବାହାରୁଥିଲେ, ଏହି ସମୟରେ ଦ୍ରୁତଗାମୀ କାର ସେମାନଙ୍କୁ ଧକ୍କା ଦେଇଥି‌ଲା। ଫଳରେ ମୋଟ୍‌ ୪ ଜଣ ଛାତ୍ର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଥିଲେ। ସମସ୍ତ ଗୁରୁତର ଓ ଆହତ ଛାତ୍ରମାନଙ୍କୁ ସୋନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ରାଜା ପେରା ଓ ସୁବ୍ରତ ଭୋଇଙ୍କୁ ଡାକ୍ତର ମୃତ ‌ଘୋଷଣା କରିଥିଲେ। ଗୁରୁତର ଅବସ୍ଥାରେ ରାଜେଶକୁ ବୁର୍ଲା ସ୍ଥାନାନ୍ତିରତ କରାଯାଇଥିଲା। ବାଟରେ ରାଜେଶଙ୍କ ମୃତ୍ୟ ଘଟିଥିଲା। ଅନ୍ୟ ଜଣେ ଆହତ କପିଳ ଭୁଏ(ଅଷ୍ଟମ ଶ୍ରେଣୀ)କୁ ସୋନପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ରଖାଯାଇଛି।

Leave A Reply

Your email address will not be published.