ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହୋର୍ଡିଂ ଟାଓ୍ବାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

0

ଭୁବନେଶ୍ବର: ଶିଶୁଭବନ ଛକରେ ଆଜି ସକାଳୁ ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଥିଲା। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ପ୍ରାୟ ୨ ଘଣ୍ଟା ପରେ ଟାୱାର ଉପରୁ ଅଗ୍ନିଶମ ବାହିନୀ ସଂପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କ ନାଁ ଟୁଲ ପାତ୍ର। ଟୁଲଙ୍କ ଘର ବାଲେଶ୍ୱର ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି।

ଉଦ୍ଧାର କରି  ତଳକୁ ଅଣାଯିବା ପରେ ସେ ଡ୍ରାଇଭର ମହାସଂଘ ନାଁରେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। ଡ୍ରାଇଭର ମହାସଂଘ ତାଙ୍କୁ ମାନସିକ ନିର୍ଯାତନା ଦେବା ସହ ତାଙ୍କ ପରିବାର ଲୋକଙ୍କୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଯୁବକ। ଡ୍ରାଇଭର ମହାସଂଘ ଆନ୍ଦୋଳନ ବେଳେ ପୁଲିସକୁ କାହିଁକି ଆକ୍ରମଣ କରାଗଲା ଏବଂ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନଙ୍କୁ ମାନସିକ ନିର୍ଯାତନା କାହିଁକି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଡ୍ରାଇଭର ମହାସଂଘ ଧମକ ପରେ ସେ ମାନସିକ ଚାପରେ ଆସି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି କହିଛନ୍ତି ଟୁଲୁ ପାତ୍ର।

Leave A Reply

Your email address will not be published.