ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

0

ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ଜଣାଶୁଣା ହାସ୍ୟାଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ଜଣେ ଫୁଡ ଡେଲିଭରି ରାଇଡର ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି।

ଓଡ଼ିଶାରେ ଯେପରି ଅଧିକରୁ ଅଧିକ ବ୍ୟାବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି। ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ।

Leave A Reply

Your email address will not be published.