ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

0

ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ଜଣାଶୁଣା ହାସ୍ୟାଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ଜଣେ ଫୁଡ ଡେଲିଭରି ରାଇଡର ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି।

ଓଡ଼ିଶାରେ ଯେପରି ଅଧିକରୁ ଅଧିକ ବ୍ୟାବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି। ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ।

Leave A Reply

Your email address will not be published.