ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

0

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ବିଶେଷନୀତି ପାଇଁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।

Leave A Reply

Your email address will not be published.