ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

0

ପୁରୀ; ଆଜି ଅପରାହ୍ଣରେ ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ ବାହାରି ମୁକ୍ତି ମଣ୍ଡପରେ ମୁଣ୍ଡିଆ ମାରିଥିଲେ। ପାର୍ଶ୍ୱ ଦେବୀ ମା ବିମଳାଙ୍କ ଦର୍ଶନ କରିବା ସହ ପତିତପାବନ ବାନା ବନ୍ଧା ଯିବାର ଦୃଶ୍ୟ ମଧ୍ୟ ଦେଖିଥିଲେ।

ସେପଟେ ପୁରୀରେ ନିର୍ମାଣ ହେବ ପଶ୍ଚିମବଙ୍ଗ ଭବନ। ଏଥିପାଇଁ ସେ ଜାଗା ଦେଖିଛନ୍ତି। ପୁରୀ ବଳିଆପଣ୍ଡା ଅଂଚଳରେ ଚିହ୍ନଟ ହୋଇଥିବା ଜାଗାକୁ ମୁଖ୍ୟ ସଚିବ ପ୍ରଦୀପ ଜେନା ଦେଖାଇଥିବା ବେଳେ ମମତା ପସନ୍ଦ ବି କରିଛନ୍ତି। ପଶ୍ଚିମବଙ୍ଗରୁ ଆସୁଥିବା ଦର୍ଶନାର୍ଥୀଙ୍କ ପାଇଁ ସେଠାରେ ଅତିଥି ଭବନ ନିର୍ମାଣ ହେବ। ସ୍ୱଳ୍ପ ଖର୍ଚ୍ଚରେ ବଙ୍ଗୀୟ ପର୍ଯ୍ୟଟକ ଏହି ଅତିଥି ଭବନରେ ରହିପାରିବେ। ବଙ୍ଗାଳୀ ଅତିଥି ଭବନ ପାଇଁ ଜମି ପରିଦର୍ଶନ କରିବା ପରେ ଓଡ଼ିଶା ଓ ପଶ୍ଚିମବଙ୍ଗକୁ ଦୁଇ ଭଉଣୀ ସହ ତୁଳନା କରିଛନ୍ତି ମମତା ବାନାର୍ଜୀ।

ମମତା ବାନାର୍ଜୀ ଆଜି ରାତିରେ ପୁରୀରେ ରହିବେ। ଆସନ୍ତାକାଲି ମମତା ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭେଟ ପରେ ରାଜ୍ୟ ସରକାର କେତେ ପରିମାଣର ଜମି ଯୋଗାଇବେ ତାହା ସ୍ପଷ୍ଟ ହେବ।

Leave A Reply

Your email address will not be published.