ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜି ନବୀନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

0

ଭୁବନେଶ୍ବର; ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅପରାହ୍ନ ସାଢ଼େ ୪ଟାରେ ନବୀନ ନିବାସ ଯାଇ ମମତା ସେଠାରେ ନବୀନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମମତା କହିଛନ୍ତି ଯେ, ହକି ବିଶ୍ୱକପ୍ ସମୟରେ ତାଙ୍କୁ ଓଡ଼ିଶା ଆସିବାକୁ ନବୀନ ନିମନ୍ତ୍ରଣ କରିଥିଲେ । କିନ୍ତୁ ମମତା ସେତେବେଳେ ଆସିପାରି ନଥିଲେ, ହେଲେ ପ୍ରତିଶ୍ରୁତି ଦେଇଥିଲେ ଯେ, ଯେତେବେଳେ ଓଡ଼ିଶା ଆସିବେ, ନବୀନଙ୍କୁ ନିଶ୍ଚୟ ଭେଟିବେ ।

ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି ମମତା ବାନାର୍ଜୀ କହିଛନ୍ତି । ତେବେ ଏହି ସାକ୍ଷାତକୁ ନେଇ ରାଜନୈତିକ ସମୀକ୍ଷକମାନଙ୍କ ଭିତରେ ଚର୍ଚ୍ଚା ଜୋର ଧରିଛି। କାରଣ ମୋଦୀ ବିରୋଧୀ ଭାବେ ବେଶ ଜଣାଶୁଣା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ତେଣୁ ୨୦୨୪ରେ ବିଜେପିକୁ ଚେକ୍ ଦେବା ପାଇଁ ନବୀନଙ୍କ ସହଯୋଗ ଲୋଡିପାରନ୍ତି ମମତା।

Leave A Reply

Your email address will not be published.