ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ

0

ଭୁବନେଶ୍ବର; ୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା । ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ଉପରେ ପଡ଼ିବନି ବିଦ୍ୟୁତ୍ ବୋଝ । ଚାଷୀଙ୍କ ପାଇଁ ବିଦ୍ୟୁତ ବିଲରେ ମଧ୍ୟ ରିହାତି ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ରଖାଯାଇଛି । ସେହିପରି ଫାଇନ୍ ବ୍ୟବସ୍ଥାକୁ ବାଦ ଦିଆଯାଇଛି ।

ପୂର୍ବଭଳି 0 ରୁ ୫୦ ୟୁନିଟ୍ ପାଇଁ ୩ ଟଙ୍କା ଦେବେ ବିଦ୍ୟୁତ ଉପଭୋକ୍ତା । ୫୦ ରୁ ୧୫୦ ୟୁନିଟ ପାଇଁ ୪ ଟଙ୍କା ୮୦ ପଇସା ଓ ୨୦୦ରୁ ୪୦୦ ୟୁନିଟ ପାଇଁ ୫ ଟଙ୍କା ୮୦ ପଇସା ଧାର୍ଯ୍ୟ କରାଯାଇଛି । ୪୦୦ ୟୁନିଟ ପରେ ୬ ଟଙ୍କା ୨୦ ପଇସା ଧାର୍ଯ୍ୟ କରାଯାଇଛି । ଶୀତଳ ଭଣ୍ଡାର ପାଇଁ ୟୁନିଟ ପିଛା ୧ ଟଙ୍କା ୬୦ ପଇସା ଛାଡ଼ କରାଯାଇଛି । ଏସମ୍ପର୍କରେ ଓଇଆରସିର ସଚିବ ପ୍ରିୟବ୍ରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ସେହିପରି ରେଳବାଇ ରେ ବିକାଶ ଲାଗି ୟୁନିଟ ପିଛା ୨୫ ପଇସା ରିହାତି ଦେବାକୁ ନିଷ୍ପତ୍ତି ନେଇଛନ୍ତି ଓଇଆରସି । ଗ୍ରାମାଞ୍ଚଳରେ ଉପଭୋକ୍ତାଙ୍କୁ ୟୁନିଟ ପିଛା ୧୦ ପଇସା ରିହାତି ଦିଆଯାଇଛି । ଘରୋଇ ଉପଭୋକ୍ତାଙ୍କ ପାଇଁ ଡିପିଏସ୍ ଛାଡ଼ କରାଯାଇଛି ବା ପେନାଲଟି ପଡିବ ନାହିଁ ବୋଲି କମିଶନ ଶୁଣାଣି କରିଛନ୍ତି । ଲଗାତାର ଦ୍ୱିତୀୟ ବର୍ଷ ପାଇଁ ସାଧାରଣ ଉପଭୋକ୍ତାଙ୍କ ନିମନ୍ତେ ଟାରିଫ ବୃଦ୍ଧି ହୋଇନାହିଁ । କମିଶନ ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନେଇ ଫେବୃଆରୀ ୧୩ ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଏଆରଆର ଏବଂ ଟାରିଫ ଶୁଣାଣି କରିଥିଲେ।

Leave A Reply

Your email address will not be published.