ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ନବୀନଙ୍କୁ ଭେଟିଲେ ମମତା

0

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି। ଆଜି ଦୁଇଦିନିଆ ପୁରୀ ଗସ୍ତ ଶେଷ କରି ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

ସାକ୍ଷାତ ଶେଷ ହେବା ପରେ ସାମ୍ବାଦିକଙ୍କ ପ୍ରଶ୍ନର ପ୍ରତିକ୍ରିୟା ରଖି ମମତା କହିଥିଲେ, ନବୀନ ଜଣେ ବଡ଼ ନେତା । ଓଡ଼ିଶାର ଆତିଥ୍ୟରେ ମୁଁ ଖୁସି । ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରୁଛୁ। ନବୀନଙ୍କୁ ପଶ୍ଚିମବଙ୍ଗ ଆସିବାକୁ ମୁଁ ନିମନ୍ତ୍ରଣ କରୁଛି। ମମତା କହିଥିଲେ,ପୁରୀରେ ଜମି ଯୋଗାଇ ଦେଇଥିବାରୁ ନବୀନଙ୍କୁ ଧନ୍ୟବାଦ। ଓଡିଶା-ପଶ୍ଚିମବଙ୍ଗ ମଧ୍ୟରେ ସଂର୍ପକ ନିବିଡ ରହିଛି। ଦୁଇ ରାଜ୍ୟ ମଧ୍ୟରେ ଶିଳ୍ପ କରିଡର ନେଇ ଆଶ ରହିଛି। ତେବେ ଏହା ସଂପୂର୍ଣ୍ଣ ସୌଜନ୍ୟମୂଳକ ସାକ୍ଷାତ ଥିଲା । ୨୦୨୪ ସାଧାରଣ ନିର୍ବାଚନକୁ ବର୍ଷେ ଅଛି । ଏବେଠାରୁ ଆଲୋଚନା କରିବାର କୌଣସି ଆବଶ୍ୟକତା ନାହିଁ । ଆମେ ବି କୌଣସି ରାଜନୈତିକ ଆଲୋଚନା କରିନୁ । ନବୀନଙ୍କ ନିକଟରେ ମୁଁ କୃତଜ୍ଞ।

Leave A Reply

Your email address will not be published.