ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଓଡ଼ିଶା ବିଜେପିର ନୂଆ ସଭାପତି ହେଲେ ମନମୋହନ ସାମଲ

0

ଭୁବନେଶ୍ବର; ମନମୋହନଙ୍କୁ ଓଡ଼ିଶା ବିଜେପିର ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କୁ ଏହି ଦାୟିତ୍ୱ ଦେଇ ନିର୍ବାଚନ ପ୍ରସ୍ତୁତିକୁ ବିଜେପି ଜୋରଦାର କରୁଥିବା ସଂକେତ ଦେଇଛି ।

ମନମୋହନଙ୍କ ପାଇଁ ଏହି ଦାୟିତ୍ୱ ନୂଆ ନୁହେଁ । ପୂର୍ବରୁ ମଧ୍ୟ ରାଜ୍ୟ ବିଜେପିର ସଭାପତି ଦାୟିତ୍ୱ ତୁଲାଇଛନ୍ତି ମନମୋହନ । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଧାମନଗରର ବିଧାୟକ ଥିବା ମନମୋହନ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି । ଧାମନଗର ଉପ-ନିର୍ବାଚନରେ ଦଳର ବିଜୟରେ ମନମୋହନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଯେଉଁଥିପାଇଁ ତାଙ୍କୁ ସଭାପତି ପଦ ପୁରସ୍କାରରେ ମିଳିଛି । ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇବ ।

Leave A Reply

Your email address will not be published.