ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ଓଡ଼ିଶା ବିଜେପିର ନୂଆ ସଭାପତି ହେଲେ ମନମୋହନ ସାମଲ

0

ଭୁବନେଶ୍ବର; ମନମୋହନଙ୍କୁ ଓଡ଼ିଶା ବିଜେପିର ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କୁ ଏହି ଦାୟିତ୍ୱ ଦେଇ ନିର୍ବାଚନ ପ୍ରସ୍ତୁତିକୁ ବିଜେପି ଜୋରଦାର କରୁଥିବା ସଂକେତ ଦେଇଛି ।

ମନମୋହନଙ୍କ ପାଇଁ ଏହି ଦାୟିତ୍ୱ ନୂଆ ନୁହେଁ । ପୂର୍ବରୁ ମଧ୍ୟ ରାଜ୍ୟ ବିଜେପିର ସଭାପତି ଦାୟିତ୍ୱ ତୁଲାଇଛନ୍ତି ମନମୋହନ । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଧାମନଗରର ବିଧାୟକ ଥିବା ମନମୋହନ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି । ଧାମନଗର ଉପ-ନିର୍ବାଚନରେ ଦଳର ବିଜୟରେ ମନମୋହନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଯେଉଁଥିପାଇଁ ତାଙ୍କୁ ସଭାପତି ପଦ ପୁରସ୍କାରରେ ମିଳିଛି । ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇବ ।

Leave A Reply

Your email address will not be published.