ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

କରୋନା ସଂକ୍ରମଣ ବଢ଼ିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

0

ନୂଆଦିଲ୍ଲୀ; ଦେଶରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ମୋଦୀ ଟେଷ୍ଟ-ଟ୍ରାକ୍-ଟ୍ରିଟ୍-ଭାକ୍ସିନେସନ୍-କୋଭିଡ ର ଉପଯୁକ୍ତ ବ୍ୟବହାର ଆଦି ୫ ସୂତ୍ରୀ ଯୋଜନାକୁ ଗୁରୁତ୍ୱ ଦେଇଥିଲେ । ନମୁନାର ଜିନୋମ୍ ସିକ୍ୱେନ୍ସିଂ ବଢାଇବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ଦ୍ୱାରା ନୂଆ ଭାରିଆଣ୍ଟକୁ ଶୀଘ୍ର ଚିହ୍ନଟ କରାଯାଇପାରିବ । ଏହାକୁ ରୋକିବାକୁ ଆଗୁଆ ପଦକ୍ଷେପ ନିଆଯାଇ ପାରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସତର୍କତାର ସହ ସଂକ୍ରମଣକୁ ନିଜକୁ ଦୂରେଇ ରଖିବାକୁ ପଡ଼ିବ ବୋଲି କହିଛନ୍ତି ମୋଦୀ । ଏହି ବୈଠକରେ ସେ କରୋନା ସ୍ଥିତିର ଯାଞ୍ଚ କରିବା ଲାବ ସର୍ଭେଲାନ୍ସ, ଜେନୋମ ସିକ୍ୱେନ୍ସିଂ ଓ ସମସ୍ତଙ୍କ ପ୍ରକାରର ଗୁରୁତର ଶ୍ୱାସରୋଗର ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶରେ ୧୧୩୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭,୦୨୬ରେ ପହଞ୍ଚିଛି। ନଭେମ୍ବର ମାସ ପରେ ପ୍ରଥମଥର ଦେଶରେ ଏତେ ସଂଖ୍ୟା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୫ ଜଣଙ୍କ କରୋନାରେ ମୃତ୍ୟୁ । ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ମହାରାଷ୍ଟ୍ର ଓ କେରଳରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏପରି ତଥ୍ୟ ଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ବରିଷ୍ଠ ଅଧିକାରୀ ଓ ମନ୍ତ୍ରୀମାନଙ୍କ ସହ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ସଂକ୍ରମଣ ବଢ଼ୁଥିବାରୁ ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ହସ୍ପିଟାଲରେ ମକ ଡ୍ରିଲ୍ସ ପାଇଁ ପରାମର୍ଶ ଦେଇଛନ୍ତି ଓ ସମସ୍ତଙ୍କୁ ସତର୍କ ରହିବାକୁ କହିଛନ୍ତି। ଏଥିସହ ଶ୍ୱାସଜନିତ ହାଇଜିନ ଓ କୋଭିଡର ଉଚିତ ବ୍ୟବହାର ପାଳନ କରିବାକୁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.