ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କରୋନା ସଂକ୍ରମଣ ବଢ଼ିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

0

ନୂଆଦିଲ୍ଲୀ; ଦେଶରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ମୋଦୀ ଟେଷ୍ଟ-ଟ୍ରାକ୍-ଟ୍ରିଟ୍-ଭାକ୍ସିନେସନ୍-କୋଭିଡ ର ଉପଯୁକ୍ତ ବ୍ୟବହାର ଆଦି ୫ ସୂତ୍ରୀ ଯୋଜନାକୁ ଗୁରୁତ୍ୱ ଦେଇଥିଲେ । ନମୁନାର ଜିନୋମ୍ ସିକ୍ୱେନ୍ସିଂ ବଢାଇବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ଦ୍ୱାରା ନୂଆ ଭାରିଆଣ୍ଟକୁ ଶୀଘ୍ର ଚିହ୍ନଟ କରାଯାଇପାରିବ । ଏହାକୁ ରୋକିବାକୁ ଆଗୁଆ ପଦକ୍ଷେପ ନିଆଯାଇ ପାରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସତର୍କତାର ସହ ସଂକ୍ରମଣକୁ ନିଜକୁ ଦୂରେଇ ରଖିବାକୁ ପଡ଼ିବ ବୋଲି କହିଛନ୍ତି ମୋଦୀ । ଏହି ବୈଠକରେ ସେ କରୋନା ସ୍ଥିତିର ଯାଞ୍ଚ କରିବା ଲାବ ସର୍ଭେଲାନ୍ସ, ଜେନୋମ ସିକ୍ୱେନ୍ସିଂ ଓ ସମସ୍ତଙ୍କ ପ୍ରକାରର ଗୁରୁତର ଶ୍ୱାସରୋଗର ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶରେ ୧୧୩୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭,୦୨୬ରେ ପହଞ୍ଚିଛି। ନଭେମ୍ବର ମାସ ପରେ ପ୍ରଥମଥର ଦେଶରେ ଏତେ ସଂଖ୍ୟା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୫ ଜଣଙ୍କ କରୋନାରେ ମୃତ୍ୟୁ । ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ମହାରାଷ୍ଟ୍ର ଓ କେରଳରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏପରି ତଥ୍ୟ ଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ବରିଷ୍ଠ ଅଧିକାରୀ ଓ ମନ୍ତ୍ରୀମାନଙ୍କ ସହ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ସଂକ୍ରମଣ ବଢ଼ୁଥିବାରୁ ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ହସ୍ପିଟାଲରେ ମକ ଡ୍ରିଲ୍ସ ପାଇଁ ପରାମର୍ଶ ଦେଇଛନ୍ତି ଓ ସମସ୍ତଙ୍କୁ ସତର୍କ ରହିବାକୁ କହିଛନ୍ତି। ଏଥିସହ ଶ୍ୱାସଜନିତ ହାଇଜିନ ଓ କୋଭିଡର ଉଚିତ ବ୍ୟବହାର ପାଳନ କରିବାକୁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.