ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ରାହୁଲ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ

0

ନୂଆଦିଲ୍ଲୀ: ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ତଥା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ  ।  ମାମଲା ସୁରଟ କୋର୍ଟରେ ଚାଲିଥିଲା ବେଳେ, ମାମଲାର ଶୁଣାଣି କରି ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସୁରଟ କୋର୍ଟ  । ‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଉପରେ ଆଗତ ମାନହାନି ମାମଲାର ଶୁଣାଣି କରି ଆଜି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। 

ଉଲ୍ଲେଖଯୋଗ୍ୟ, ମୋଦି ସାଙ୍ଗିଆକୁ ନେଇ ବିବାଦୀୟ ବିବୃତି ଦେଇଥିଲେ ରାହୁଲ। ଯାହାକୁ ନେଇ ମାମଲା ପହଁଚିଥିଲା ଅଦାଲତରେ। ୨୦୧୯ ନିର୍ବାଚନ ବେଳେ ଆପତ୍ତିଜନକ ବିବୃତ୍ତି ରଖିଥିଲେ ରାହୁଲ ଗାନ୍ଧୀ। ସେପଟେ ଆଗକୁ ପୋଲିସ ରାହୁଲ ଗାନ୍ଧୀକୁ ଗିରଫ ମଧ୍ୟ କରିପାରେ। ଆଇନଜୀବୀଙ୍କ କହିବା ମୁତାବକ ଏଭଳି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୨ ବର୍ଷର ଜେଲ ଦଣ୍ଡ ରହିଥାଏ  । ତେଣୁ ଆଗକୁ ରାହୁଲ ଗାନ୍ଧୀ ଗିରଫ ହେଇଛନ୍ତି କି ନାହିଁ ତାହା ଦେଖିବାକୁ ବାକି  ।

ଏହି ମାମଲାରେ ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ ରାହୁଲ୍‌ ମଧ୍ୟ ୩୦ ଦିନ ପାଇଁ ଜାମିନ ପାଇଛନ୍ତି। ଏହାଛଡ଼ା, ଏହି ନି‌ଷ୍ପତ୍ତି ଉପରେ ଆବେଦନ କରିବା ଲାଗି ମଧ୍ୟ ତାଙ୍କୁ ଅନୁମତି ମିଳିଛି।

ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା।

Leave A Reply

Your email address will not be published.