ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ରାହୁଲ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ

0

ନୂଆଦିଲ୍ଲୀ: ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ତଥା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ  ।  ମାମଲା ସୁରଟ କୋର୍ଟରେ ଚାଲିଥିଲା ବେଳେ, ମାମଲାର ଶୁଣାଣି କରି ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସୁରଟ କୋର୍ଟ  । ‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଉପରେ ଆଗତ ମାନହାନି ମାମଲାର ଶୁଣାଣି କରି ଆଜି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। 

ଉଲ୍ଲେଖଯୋଗ୍ୟ, ମୋଦି ସାଙ୍ଗିଆକୁ ନେଇ ବିବାଦୀୟ ବିବୃତି ଦେଇଥିଲେ ରାହୁଲ। ଯାହାକୁ ନେଇ ମାମଲା ପହଁଚିଥିଲା ଅଦାଲତରେ। ୨୦୧୯ ନିର୍ବାଚନ ବେଳେ ଆପତ୍ତିଜନକ ବିବୃତ୍ତି ରଖିଥିଲେ ରାହୁଲ ଗାନ୍ଧୀ। ସେପଟେ ଆଗକୁ ପୋଲିସ ରାହୁଲ ଗାନ୍ଧୀକୁ ଗିରଫ ମଧ୍ୟ କରିପାରେ। ଆଇନଜୀବୀଙ୍କ କହିବା ମୁତାବକ ଏଭଳି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୨ ବର୍ଷର ଜେଲ ଦଣ୍ଡ ରହିଥାଏ  । ତେଣୁ ଆଗକୁ ରାହୁଲ ଗାନ୍ଧୀ ଗିରଫ ହେଇଛନ୍ତି କି ନାହିଁ ତାହା ଦେଖିବାକୁ ବାକି  ।

ଏହି ମାମଲାରେ ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ ରାହୁଲ୍‌ ମଧ୍ୟ ୩୦ ଦିନ ପାଇଁ ଜାମିନ ପାଇଛନ୍ତି। ଏହାଛଡ଼ା, ଏହି ନି‌ଷ୍ପତ୍ତି ଉପରେ ଆବେଦନ କରିବା ଲାଗି ମଧ୍ୟ ତାଙ୍କୁ ଅନୁମତି ମିଳିଛି।

ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା।

Leave A Reply

Your email address will not be published.