ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି

0

ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ ସାଧାରଣ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍ ପକ୍ଷରୁ ଏହି ରାଲିର ଆୟୋଜନ କରାଯାଇଥିଲା ।

ବିଶ୍ୱରେ ଯକ୍ଷ୍ମା ରୋଗ କ୍ଷେତ୍ରରେ ଦେଶମାନଙ୍କ ମଧ୍ୟରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାରୁ ଏହାର ନିରାକରଣ ନିତାନ୍ତ ଜରୁରୀ । ସେହିପରି ଏହି ରୋଗକୁ ସମ୍ପୂର୍ଣ୍ଣ ରୂପେ ମୂଳୋତ୍ପାଟନ କରିବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବା ବେଳେ ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଥିଲା “ୟେସ୍ ୱି କ୍ୟାନ୍ ଏଣ୍ଡ ଟିବି” (“ହଁ ଆମେ ଯକ୍ଷ୍ମାକୁ ସମାପ୍ତ କରିପାରିବା”) । ଏହି ସ୍ଲୋଗାନ୍ ନେଇ ସମ୍ ହସ୍ପିଟାଲ୍‌ର କର୍ତୃପକ୍ଷ, ଡାକ୍ତର ଓ ଛାତ୍ରଛାତ୍ରୀମାନେ ସଚେତନତା ରାଲିରେ ସାମିଲ ହୋଇଥିଲେ ।

ସମ୍ ହସ୍ପିଟାଲ୍‌ର ବ୍ଲଡ ବ୍ୟାଙ୍କ ନିକଟରୁ ଆରମ୍ଭ ହୋଇଥିବା ଏହି ରାଲିରେ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଓ ପଲ୍‌ମୁନାରୀ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ବନାନୀ ଜେନା, ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମିନତୀ ମିଶ୍ରଙ୍କ ସମେତ ବିଭାଗର ଅନ୍ୟ ଡାକ୍ତର ଏବଂ ଛାତ୍ରଛାତ୍ରୀମାନେ ସାମିଲ ହୋଇ ଯକ୍ଷ୍ମା ନିରାକରଣ ସମ୍ପର୍କିତ ସଚେତନତାର ବାର୍ତା ପ୍ରଦାନ କରିଥିଲେ ।

Leave A Reply

Your email address will not be published.