ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ

0

ଭୁବନେଶ୍ୱର: ଆଜି ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ ଆଇଏସ ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଲୋହାନୀ । ସେହିଭଳି ସତ୍ୟବ୍ରତ ସାହୁଙ୍କୁ ଏସଆରସି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ସତ୍ୟବ୍ରତ ସାହୁ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏସିଏସ ଭାବେ ସତ୍ୟବ୍ରତ ସାହୁଙ୍କୁ ଅତିରିକ୍ତ ଦାୟିତ୍ୱ । ସେହିଭଳି ସଂଜୟ ସିଂଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଅଛନ୍ତି ସଂଜୟ ସିଂ । ଓସଡମାର ଏମଡି ଦାୟିତ୍ୱରେ ଜ୍ଞାନରଂଜନ ଦାସଙ୍କୁ ଦାୟିତ୍ବ ମିଳିଛି । ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନରଂଜନ ଦାସ ।

Leave A Reply

Your email address will not be published.