ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ

0

ଭୁବନେଶ୍ୱର: ଆଜି ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ ଆଇଏସ ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଲୋହାନୀ । ସେହିଭଳି ସତ୍ୟବ୍ରତ ସାହୁଙ୍କୁ ଏସଆରସି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ସତ୍ୟବ୍ରତ ସାହୁ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏସିଏସ ଭାବେ ସତ୍ୟବ୍ରତ ସାହୁଙ୍କୁ ଅତିରିକ୍ତ ଦାୟିତ୍ୱ । ସେହିଭଳି ସଂଜୟ ସିଂଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଅଛନ୍ତି ସଂଜୟ ସିଂ । ଓସଡମାର ଏମଡି ଦାୟିତ୍ୱରେ ଜ୍ଞାନରଂଜନ ଦାସଙ୍କୁ ଦାୟିତ୍ବ ମିଳିଛି । ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନରଂଜନ ଦାସ ।

Leave A Reply

Your email address will not be published.