ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ

0

ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ କହିଛନ୍ତି।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ବାର୍ଷିକ ଉତ୍ସବ “ରେନ୍‌ଡେଜ୍‌ଭସ୍ -୨୦୨୩” ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ତିୱାରୀ ଛାତ୍ରଛାତ୍ରୀମାନଙ୍କୁ ନୈତିକ ମୂଲ୍ୟବୋଧ ସମ୍ପର୍କରେ ବୁଝାଇବା ସହ ପର୍ଯ୍ୟଟନ ଓ ହୋଟେଲ୍ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରିବାକୁ ହେଲେ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ଶିଳ୍ପ କ୍ଷେତ୍ରରେ ଅତିଥିମାନେ କିଭଳି ଭଲ ସ୍ମୃତି ନେଇ ଫେରିବେ ସେ ଦିଗରେ ହୋଟେଲ୍ ମ୍ୟାନେଜମେଂଟର ଛାତ୍ରଛାତ୍ରୀମାନେ ଯତ୍ନବାନ ହେବା ଉଚିତ୍ ବୋଲି ସେ କହିଥିଲେ ।

ସେହିପରି ୱେଲ୍‌କମ୍ ହୋଟେଲ୍‌ର ଏଗ୍‌ଜିକ୍ୟୁଟିଭ୍ ସେଫ୍ ଶ୍ରୀ ଅନିମେଶ ଆଲେକ୍‌ଜାଣ୍ଡାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଛାତ୍ରଛାତ୍ରୀମାନେ କିଭଳି ଅତିଥି ଚର୍ଚ୍ଚା ପ୍ରତି ଅଧିକ ମନୋନିବେଶ କରିବେ ୍‌ସେ ବିଷୟରେ ଆଲୋକପାତ କରିଥିଲେ । ସୋଆ କୁଳପତି ପ୍ରଫେସର ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସଏଚ୍‌ଏମ୍‌ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରଫେସର (ଡକ୍ଟର) ସୁଶାନ୍ତ କୁମାର ଚଇନି ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ ।

Leave A Reply

Your email address will not be published.