ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ

0

ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ କହିଛନ୍ତି।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ବାର୍ଷିକ ଉତ୍ସବ “ରେନ୍‌ଡେଜ୍‌ଭସ୍ -୨୦୨୩” ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ତିୱାରୀ ଛାତ୍ରଛାତ୍ରୀମାନଙ୍କୁ ନୈତିକ ମୂଲ୍ୟବୋଧ ସମ୍ପର୍କରେ ବୁଝାଇବା ସହ ପର୍ଯ୍ୟଟନ ଓ ହୋଟେଲ୍ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରିବାକୁ ହେଲେ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ଶିଳ୍ପ କ୍ଷେତ୍ରରେ ଅତିଥିମାନେ କିଭଳି ଭଲ ସ୍ମୃତି ନେଇ ଫେରିବେ ସେ ଦିଗରେ ହୋଟେଲ୍ ମ୍ୟାନେଜମେଂଟର ଛାତ୍ରଛାତ୍ରୀମାନେ ଯତ୍ନବାନ ହେବା ଉଚିତ୍ ବୋଲି ସେ କହିଥିଲେ ।

ସେହିପରି ୱେଲ୍‌କମ୍ ହୋଟେଲ୍‌ର ଏଗ୍‌ଜିକ୍ୟୁଟିଭ୍ ସେଫ୍ ଶ୍ରୀ ଅନିମେଶ ଆଲେକ୍‌ଜାଣ୍ଡାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଛାତ୍ରଛାତ୍ରୀମାନେ କିଭଳି ଅତିଥି ଚର୍ଚ୍ଚା ପ୍ରତି ଅଧିକ ମନୋନିବେଶ କରିବେ ୍‌ସେ ବିଷୟରେ ଆଲୋକପାତ କରିଥିଲେ । ସୋଆ କୁଳପତି ପ୍ରଫେସର ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସଏଚ୍‌ଏମ୍‌ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରଫେସର (ଡକ୍ଟର) ସୁଶାନ୍ତ କୁମାର ଚଇନି ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ ।

Leave A Reply

Your email address will not be published.