ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ଭୋଳା ଗ୍ରାମରେ ସ୍ୱତନ୍ତ୍ର ଶିବିର

0

ଭୁବନେଶ୍ୱର, ୨୫/୦୩: ସମାଜରେ ସ୍ୱଚ୍ଛତା ଓ ପରିମଳ ପରିବେଶର ଉପକାରିତା, ପ୍ଳାଷ୍ଟିକ୍ ବର୍ଜନ, ବୃକ୍ଷରୋପଣ ଏବଂ ଜଳ ସଂରକ୍ଷଣ ବିଷୟକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଶାଖା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଉପକଣ୍ଠ ଭୋଳା ଗ୍ରାମରେ ଏକ ସ୍ୱତନ୍ତ୍ର ଶିବିର ଉଦ୍‌ଘାଟିତ ହୋଇଯାଇଛି ।

ଏହି ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କୁଳପତି ପ୍ରଫେସର ବିଜୟ କୁମାର ସାହୁ, ସୋଆର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)ର ସଂଯୋଜକ ପ୍ରଫେସର ଡକ୍ଟର ନଚିକେତା କେ. ଶର୍ମା, ଭୁବନେଶ୍ୱର ବ୍ଳକର ଉପସଭାପତି ଶ୍ରୀ ଅଜିତ୍ ଶ୍ରୀଚନ୍ଦନ, ସୋଆ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ର ଡଃ ସରୋଜ କୁମାର ମହାନ୍ତି, ଡଃ ସତ୍ୟନାରାୟଣ ଶତପଥୀ , ରାକେଶ ରୋଶନ ଶତପଥୀ, ଶ୍ୱେତା ରଥ, କୁମାର ସମ୍ଭବ ପ୍ରମୁଖ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମରେ ଆଇଏଏସ୍ ର ୩ୟ ବର୍ଷର ଛାତ୍ରଛାତ୍ରୀ ତଥା ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଓ ଭୋଳା ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ଙ୍କ ସହ ଆଲୋଚନା ପରେ ତାଙ୍କ ଆବଶ୍ୟକତା ଅନୁଯାୟୀ ପାଳ ଛତୁ ଚାଷ, ମହୁଚାଷ, ଜିଆ ଖତ ପ୍ରସ୍ତୁତି, ମଞ୍ଜି ବିଶୋଧନ, ବ୍ୟବସାୟ ଉପଯୋଗୀ ଫୁଲ ଚାଷ ବିଷୟରେ ଜ୍ଞାନକୌଶଳ ପ୍ରଦାନ କରାଯିବ ବୋଲି ସ୍ଥିରୀକୃତ ହୋଇଛି । ଏଥିବ୍ୟତୀତ ଛାତ୍ର ଶୁଭମ୍ ପ୍ରକାଶ ସାହୁ ବିଭିନ୍ନ ପ୍ରକାରର ସାପର ଚିହ୍ନଟ ଏବଂ ସାପ କାମୁଡିଲେ କ’ଣ କରିବା ଆବଶ୍ୟକ ସେ ବିଷୟରେ ଗ୍ରାମବାସୀଙ୍କୁ ସଚେତନ କରାଇଥିଲେ । ଏହି ଶିବିର ୭ଦିନ ଧରି ଚାଲୁ ରହିବ ।

Leave A Reply

Your email address will not be published.