ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଇସ୍ରୋ

0
  • ୩୬ଟି ଉପଗ୍ରହକୁ ଉତକ୍ଷେପଣ କଲା ଇସ୍ରୋ
  • ‘ୱାନ ୱେବ୍-୨’ ମିଶନରେ ମହାକାଶକୁ ଛଡ଼ାଗଲା ୩୬ ଉପଗ୍ରହ
  • ଆନ୍ଧ୍ର ଶ୍ରୀହରିକୋଟାରୁ LVM3 ରକେଟ ଜରିଆରେ ଉତକ୍ଷେପଣ
  • ୪୩.୫ ମିଟର ଲମ୍ବ, ୬୪୩ ଟନ୍‌ ଓଜନ ବିଶିଷ୍ଟ LVM3 ରକେଟ

ଏକା ସଙ୍ଗେ ମହାକାଶକୁ ଛଡାଗଲା ୩୬ଟି ସାଟେଲାଇଟ୍। ଇସ୍ରୋର ୱାନ୍ ୱେବ୍-୨ ମିଶନ୍ ଜରିଆରେ ମହାକାଶକୁ ୩୬ ସାଟେଲାଇଟ୍ ପଠାଇଛି। ଆଜି ସକାଳ ୯ଟାରେ ଶ୍ରୀହରିକୋଟା ସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ସବୁଠୁ ଓଜନିଆ LVM3 ରକେଟର ଉତକ୍ଷେପଣ ହୋଇଛି। ପୃଥିବୀର ନିମ୍ନ କକ୍ଷପଥରେ ୭୨ଟି ଉପଗ୍ରହ ଉତକ୍ଷେପଣ ପାଇଁ ବ୍ରିଟେନର ନେଟୱର୍କ ଆକ୍ସେସ୍ ଆସୋସିଏଟ୍ସ ଲିମିଟେଡ୍ ଇସ୍ରୋର ବାଣିଜ୍ୟିକ ୟୁନିଟ୍ ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ ସହ ଚୁକ୍ତି ସ୍ୱାକ୍ଷର କରିଛି। ଏହି ଚୁକ୍ତି ଅନୁଯାୟୀ ୩୬ଟି ଉପଗ୍ରହ ମହାକାଶକୁ ଉତକ୍ଷେପଣ କରାଯାଇଛି। 

LVM3 ରକେଟର ଓଜନ ୪୩.୫ ମିଟର ଉଚ୍ଚ ଏବଂ ୬୪୩ଟନ୍ ରହିଛି। ଏହା ୫୮୦୫ କିଲୋଗ୍ରାମ ଓଜନର ୩୬ଟି ଜେନ୍-୧ ସାଟେଲାଇଟକୁ ନେଇ ପୃଥିବୀର ନିମ୍ନ କକ୍ଷପଥରେ ସ୍ଥାପନ କରିବ। ଗତବର୍ଷ ଅକ୍ଟୋବର ୨୩ରେ ମଧ୍ୟ ଏହି ମିଶନର ପ୍ରଥମ ପର୍ଯ୍ୟାୟରେ ୩୬ ସାଟେଲାଇଟ୍ ସଫଳ ଭାବେ ଉତକ୍ଷେପଣ କରାଯାଇଥିଲା। ୱାନ୍‌ୱେବ୍‌ର ମହାକାଶ କକ୍ଷପଥରେ ୫୮୨ ଉପଗ୍ରହ ଥିବାବେଳେ ଏବେ ଏହି ସଂଖ୍ୟା ୬୧୮ରେ ପହଞ୍ଚିଛି। କମ୍ପାନୀ କହିଛି ଯେ ୱାନୱେବ ଭାରତ ସମେତ ବିଶ୍ୱସ୍ତରୀୟ କଭରେଜ ଯୋଗାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି।

ୱାନୱେବ ହେଉଛି ବ୍ରିଟେନର ଏକ ଯୋଗାଯୋଗ କମ୍ପାନୀ ଯାହାକି ବ୍ରିଟିଶ ସରକାର, ଭାରତର ଭାରତୀ ଏଣ୍ଟରପ୍ରାଇଜେସ୍, ଫ୍ରାନ୍ସର ଇଟେଲସାଟ, ଜାପାନର ସଫ୍ଟବ୍ୟାଙ୍କ, ଆମେରିକାର ହ୍ୟୁଜ୍ ନେଟୱାର୍କ ଏବଂ ଦକ୍ଷିଣ କୋରିଆ ପ୍ରତିରକ୍ଷା କମ୍ପାନୀ ହାନୱାଙ୍କର ମାଲିକାନା ଅଟେ।

Leave A Reply

Your email address will not be published.