ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗଞ୍ଜାମ ଜିଲ୍ଲାରେ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

0
  • ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ
  • ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ
  • ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ
  • ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ
  • ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର ହେବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଛତ୍ରପୁର, ହିଞ୍ଜିଳି ଓ କବିସୂର୍ଯ୍ୟନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଛତ୍ରପୁରରେ ୧୦୦୦ କୋଟି, ହିଂଜିଲିରେ ୫୯୦ କୋଟି ଓ କବିସୂର୍ଯ୍ୟନଗରରେ ୩୧୬ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରା ଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ଗଞ୍ଜାମରେ ପ୍ରାୟ ୨୦ ହଜାର ଲୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ପ୍ରଦାନ କରିଛନ୍ତି। ଛତ୍ରପୁର ରେ ୩୫୦୦ ପଟ୍ଟା, ହିଞ୍ଜିଲରେ ୪୫୦୦ ପଟ୍ଟା ଓ କବି ସୂର୍ଯ ନଗରରେ ୧୧ ହଜାରରୁ ଅଧିକ ପଟ୍ଟା ଦିଆ ଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ କହିଥିଲେ, ଗଂଜାମ ଜିଲ୍ଲାରେ ଡିସେମ୍ବର ‌ଶେଷ ସୁଦ୍ଧା ସବୁ ହାଇସ୍କୁଲ ରୂପାନ୍ତର ହେବ।

ଏହି ସବୁ ସ୍ଥାନରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାକୁ ରଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ମତ ଦେବା ସହିତ ଏହାକୁ ଦେଶର ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫ଟି ସ୍କୁଲ୍ ରୂପାନ୍ତର ରାଜ୍ୟ ସରକାରଙ୍କ ଦୁଇଟି ମାଇଲ ଷ୍ଟୋନ ସଫଳତା।ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ବର୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ୫୦ ହଜାର ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଓ ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ସେ କହିଥଲେ।

ସେହିପରି ୫ଟି ସ୍କୁଲ୍ ରୂପାନ୍ତର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ୬୩୦ ଟି ହାଇ ସ୍କୁଲ ମଧ୍ୟରୁ ବର୍ତମାନ ସୁଦ୍ଧା ୪୭୧ ଟି ସ୍କୁଲର ରୂପାନ୍ତର ସରିଛି ଓ ଆସନ୍ତା ଡିସେମ୍ବର ସୁଦ୍ଧା ଜିଲ୍ଳାର ସବୁ ସ୍କୁଲ୍ ରୂପାନ୍ତରିତ ହେବ ବୋଲି ସେ ପ୍ରତିଶୃତି ଦେଇଥିଲେ। ରାଜ୍ୟରେ କୃଷକ ମାନଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କାର ଋଣ ଦିଆ ଯାଉଛି ବୋଲି ମଧ୍ୟ ସେ କହିଥିଲେ।

ମିଶନ ଶକ୍ତି ର ମା ମାନଙ୍କର ଉଚ୍ଚ ପ୍ରଶଂସା କରି ସେ କହିଥିଲେ ଯେ ମାମାନେ ବହୁତ ଭଲ କାମ କରୁଛନ୍ତି ଏବଂ ରାଜ୍ୟ ସରକାର ସେମାନଙ୍କୁ ସବୁ ସହଯୋଗ ଯୋଗାଇ ଦେଉଛନ୍ତି। ମା ମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ସେ ଚାହାନ୍ତି ବୋଲି ପ୍ରକାଶ କରି ରାଜ୍ୟର ଏସ୍‌ଏଚ୍‌ଜି ଗୁଡ଼ିକ ଏସ୍‌ଏମ୍‌ଇ ହେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି କହିଥିଲେ। ମା’ମାନଙ୍କୁ ପାଞ୍ଚ ଲକ୍ଷ ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆ ଯାଉଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ଗଞ୍ଜାମରେ ମିଶନ ଶକ୍ତି ମା’ମାନଙ୍କୁ ୬୧୪ କୋଟି ଟଙ୍କାର ଋଣ ଦେଇଥିଲେ। ଛତ୍ରପୁରରେ ୧୮୦ କୋଟି, ହିଞ୍ଜିଲିରେ ୧୫୪ କୋଟି ଓ କବି ସୂର୍ଯ୍ୟ ନଗରରେ ୨୮୦ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା। ମା’ମାନଙ୍କର ଉନ୍ନତି ହେଲେ ଦେଶର ଉନ୍ନତି ହେବ ବୋଲି ମୁଖ୍ୟମନ୍ତ୍ରୀ କହଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଗଞ୍ଜାମର ଆରାଧ୍ୟ ଦେବୀ ତାରା ତାରିଣୀଙ୍କୁ ସ୍ମରଣ କରି ବିଶିଷ୍ଟ ସାହିତ୍ୟ ସାଧକ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, କବି ସୂର୍ଯ୍ୟ ବଳଦେବ ରଥଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସଂସାଦ ଚନ୍ଦ୍ରଶେଖର ସାହୁ ,ସଂସାଦ ପ୍ରମିଳା ବିଶୋଇ , ଜିଲ୍ଲା ର ବିଧାୟକ ଗଣ ,ଓ ଜିଲା ପରିଷଦ ସଭାପତି ପ୍ରମୂଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.