ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ନବୀନ

0

ଭୁବନେଶ୍ୱର: ୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପର୍ଯ୍ୟବେକ୍ଷକ ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି  । ସେହିପରି ଅନେକ ବିଧାୟକଙ୍କୁ ମିଳିଛି ୩୦ ଜିଲ୍ଲା ଦାୟିତ୍ବ । ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁରର ଦାୟିତ୍ୱ ଦିଆଯାଇଛି । ସେହିପରି ଗଜପତି ଓ ରାୟଗଡ଼ା ଦାୟିତ୍ବ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି । ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ମିଳିଛି ବାଲେଶ୍ବର ଦାୟିତ୍ବ ।

ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କଟକ, ପ୍ରମିଳା ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ପ୍ରୀତିରଞ୍ଜନ ଘଡ଼େଇକୁ ସୁନ୍ଦରଗଡ଼, ପ୍ରଦୀପ ଅମାତଙ୍କୁ ଗଞ୍ଜାମ ଓ ଅଶୋକ ପଣ୍ଡାଙ୍କୁ ଯାଜପୁର ଦାୟିତ୍ୱ ମିଲିଛି ।  ବଲାଙ୍ଗୀର ପାଇଁ ସୁଧିର ସାମଲ, ଭଦ୍ରକ ପ୍ରତାପ ଜେନା, ଦେଓଗଡ଼ ଅମରେଶ ଜେନା , ଜଗତସିଂହପୁର ଅରୁଣ କୁମାର ସାହୁ, କନ୍ଧମାଳ ବିଦଜୟ ନାୟକ , ଖୋର୍ଦ୍ଧା ରବୀନ୍ଦ୍ର କୁମାର ଜେନା , କୋରାପୁଟ-ମାଲକାନାଗିରି ପାଇଁ ଦିବ୍ୟ ଶଙ୍କର ମିଶ୍ର, ନବରଙ୍ଗପୁର ପାଇଁ ଇଶ୍ୱର ପାଣିଗ୍ରାହୀ , ନୟାଗଡ଼ ପଦ୍ମନାଭ ବେହେରା  ।

ନୂଆପଡ଼ା ସ୍ନେହାଙ୍ଗୀନୀ ଛୁରିଆ  । କଳାହାଣ୍ଡି- ପ୍ରଣବ ବଳବନ୍ତରାୟ, ଗଞ୍ଜାମ ପ୍ରଦୀପ୍ତ କୁମାର ଅମାତ, ବୌଦ୍ଧ ସୈଭାଗ୍ୟ ନାୟକ, ଝାରସୁଗୁଡ଼ା ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜ ପ୍ରଶାନ୍ତ ମୁଦୁଲି  । ସୁବର୍ଣ୍ଣପୁର ପାଇଁ ଦେବେଶ ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦେଇଛନ୍ତି ଦଳ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

Leave A Reply

Your email address will not be published.