ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ସରକାରୀ ବାସଭବନ ଖାଲି କରିବାକୁ ରାହୁଲଙ୍କୁ ନୋଟିସ୍

0

ନୂଆଦିଲ୍ଲୀ: ରାହୁଲ ଗାନ୍ଧି ଲୋକସଭା ସଦସ୍ୟତା ହରାଇବା ପରେ ଏବେ ତାଙ୍କୁ ଦିଲ୍ଲୀସ୍ଥିତ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍‌ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ଘର ଆବଣ୍ଟନ କରାଯାଇଥିଲା।

ତେବେ ଏପ୍ରିଲ ୨୨ସୁଦ୍ଧା ରାହୁଲଙ୍କୁ ଏହି ସରକାରୀ ବାସଭବନ ଛାଡିବାକୁ ପଡ଼ିବ। ଉକ୍ତ ନୋଟିସ୍‌ ଅନୁଯାୟୀ, ଅଯୋଗ୍ୟ ହେବାର ଏକ ମାସ ମଧ୍ୟରେ ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ ବୋଲି ଉଲ୍ଲେଖ କରାଯାଇଛି।

ସୂଚନାଯୋଗ୍ୟ, ଗୁରୁବାର ସୁରଟ କୋର୍ଟ ଏକ ମାନହାନୀ ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଶୁଣାଇବା ପରେ ଶୁକ୍ରବାର ଲୋକ ସଭା ସଚିବାଳୟ କଂଗ୍ରେସ ନେତା ରାହୁଲଙ୍କୁ ଲୋକ ସଭାରୁ ଅଯୋଗ୍ୟ ଘୋଷିତ କରିବା ସହ ତାଙ୍କ ସଦସ୍ୟତା ପଦ ରଦ୍ଦ କରିଥିଲେ। କେରଳର ୱାୟାନାଡରୁ ରାହୁଲ ଏମ୍‌ପି ଥିଲେ।

ଅନ୍ୟପକ୍ଷରେ ଲୋକସଭା ୱେବସାଇଟରୁ ରାହୁଲଙ୍କ ନାମ ମଧ୍ୟ ହଟାଇ ଦିଆଯାଇଛି । ରିପୋର୍ଟ ଅନୁଯାୟୀ, ଲୋକସଭା ସଚିବାଳୟ ରାହୁଲ ଗାନ୍ଧିଙ୍କ ସଂସଦୀୟ ଆସନ ୱାୟନାଡକୁ ଖାଲି ଘୋଷଣା କରିଛି। ନିର୍ବାଚନ ଆୟୋଗ ଏବେ ଏହି ଆସନରେ ନିର୍ବାଚନ ଘୋଷଣା କରିପାରନ୍ତି । ୨୦୧୯ରେ କର୍ଣ୍ଣାଟକରେ ଏକ ସଭାରେ ରାହୁଲ ମୋଦି ସାଙ୍ଗିଆକୁ ନେଇ ବୟାନ ଦେଇଥିଲେ । ସବୁ ଚୋରଙ୍କ ଉପନାମ ମୋଦି କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ ।

Leave A Reply

Your email address will not be published.