ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସରକାରୀ ବାସଭବନ ଖାଲି କରିବାକୁ ରାହୁଲଙ୍କୁ ନୋଟିସ୍

0

ନୂଆଦିଲ୍ଲୀ: ରାହୁଲ ଗାନ୍ଧି ଲୋକସଭା ସଦସ୍ୟତା ହରାଇବା ପରେ ଏବେ ତାଙ୍କୁ ଦିଲ୍ଲୀସ୍ଥିତ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍‌ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ଘର ଆବଣ୍ଟନ କରାଯାଇଥିଲା।

ତେବେ ଏପ୍ରିଲ ୨୨ସୁଦ୍ଧା ରାହୁଲଙ୍କୁ ଏହି ସରକାରୀ ବାସଭବନ ଛାଡିବାକୁ ପଡ଼ିବ। ଉକ୍ତ ନୋଟିସ୍‌ ଅନୁଯାୟୀ, ଅଯୋଗ୍ୟ ହେବାର ଏକ ମାସ ମଧ୍ୟରେ ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ ବୋଲି ଉଲ୍ଲେଖ କରାଯାଇଛି।

ସୂଚନାଯୋଗ୍ୟ, ଗୁରୁବାର ସୁରଟ କୋର୍ଟ ଏକ ମାନହାନୀ ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଶୁଣାଇବା ପରେ ଶୁକ୍ରବାର ଲୋକ ସଭା ସଚିବାଳୟ କଂଗ୍ରେସ ନେତା ରାହୁଲଙ୍କୁ ଲୋକ ସଭାରୁ ଅଯୋଗ୍ୟ ଘୋଷିତ କରିବା ସହ ତାଙ୍କ ସଦସ୍ୟତା ପଦ ରଦ୍ଦ କରିଥିଲେ। କେରଳର ୱାୟାନାଡରୁ ରାହୁଲ ଏମ୍‌ପି ଥିଲେ।

ଅନ୍ୟପକ୍ଷରେ ଲୋକସଭା ୱେବସାଇଟରୁ ରାହୁଲଙ୍କ ନାମ ମଧ୍ୟ ହଟାଇ ଦିଆଯାଇଛି । ରିପୋର୍ଟ ଅନୁଯାୟୀ, ଲୋକସଭା ସଚିବାଳୟ ରାହୁଲ ଗାନ୍ଧିଙ୍କ ସଂସଦୀୟ ଆସନ ୱାୟନାଡକୁ ଖାଲି ଘୋଷଣା କରିଛି। ନିର୍ବାଚନ ଆୟୋଗ ଏବେ ଏହି ଆସନରେ ନିର୍ବାଚନ ଘୋଷଣା କରିପାରନ୍ତି । ୨୦୧୯ରେ କର୍ଣ୍ଣାଟକରେ ଏକ ସଭାରେ ରାହୁଲ ମୋଦି ସାଙ୍ଗିଆକୁ ନେଇ ବୟାନ ଦେଇଥିଲେ । ସବୁ ଚୋରଙ୍କ ଉପନାମ ମୋଦି କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ ।

Leave A Reply

Your email address will not be published.